ଆରପାରିରେ ରାଜ୍ୟପାଳଙ୍କ ଧର୍ମପତ୍ନୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ତ୍ରୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ରାଜ୍ୟପାଳ ଏବଂ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ ଜଣେ ଧର୍ମପ୍ରାଣ, ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିବା ସହ ଭଗବାନ ତାଙ୍କ ଅମର ଆତ୍ମାକୁ ଶାନ୍ତି ଦିଅନ୍ତୁ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ରାଜ୍ୟପାଳ ଏବଂ ତାଙ୍କ ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିଲେ।

Share