Categories: ଜାତୀୟ

ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ବୁଲନ୍ଦସହର,୮।୧: ଉତ୍ତରପ୍ରଦେଶର ବୁଲନ୍ଦସହରରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ମୃତକଙ୍କ ବୟସ ୪୫ରୁ ୬୦ ବର୍ଷ ମଧ୍ୟରେ ହେବ ବୋଲି ଜଣାପଡିଛି। ଅନ୍ୟ ୧୬ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କର୍ତ୍ତବ୍ୟରେ ଅବହେଲା କରିଥିବା ନେଇ ୩ଜଣ ପୋଲିସ ଅଧିକାରୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ନିଲମ୍ବନ କରାଯାଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୩ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ମୁଖ୍ୟ ମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Share