ରାଜ୍ୟରେ ୨୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୮(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୨୦୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଗଞ୍ଜାମରୁ ୩, ରାୟଗଡ଼ାରୁ ୩, ଗଜପତିରୁ ୨, କଳାହାଣ୍ଡି ଏବଂ ଖୋର୍ଦ୍ଧାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଅନ୍ୟପକ୍ଷରେ ଅଣକରୋନାରେ ଆଜି ରାଜ୍ୟରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁ ସଂଖ୍ୟା ୪୧ରେ ପହଞ୍ଚିଛି।

Share