୧୨ରେ ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତି

ପୁରୀ ଅଫିସ,୧୦ା୧୨:ଶ୍ରୀମନ୍ଦିର ଦ୍ୱାର କେବେ ଖୋଲିବ ତାହାକୁ ଉତ୍କଣ୍ଠାର ସହିତ ସମସ୍ତେ ଚାହିଁବସିଛନ୍ତି। ରାଜ୍ୟବାସୀଙ୍କ ଭାବାବେଗ ସହିତ ଜଡ଼ିତ ଏହି ପ୍ରସଙ୍ଗ ବର୍ତ୍ତମାନର ସବୁଠୁ ଗୁରୁତ୍ୱପୂର୍ଣ୍ଣ ପାଲଟିଛି। କାରଣ କରୋନା କଟକଣା ପାଇଁ ଦୀର୍ଘ ୯ମାସ ହେଲା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ତେବେ ଖୁବ୍‌ଶୀଘ୍ର ଏହି ପ୍ରତୀକ୍ଷାର ଅନ୍ତ ଘଟିବ। ଚଳିତ ଡିସେମ୍ବର ମାସରେ ଶ୍ରଦ୍ଧାଳୁମାନେ ଦାରୁଦିଅଁଙ୍କ ଆଖି ସହ ଆଖି ମିଳାଇ ପାରନ୍ତି। ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏ ନେଇ ଆଲୋଚନା ହୋଇଛି।
ସୂଚନାଯୋଗ୍ୟ, ପୂର୍ବରୁ ଡିସେମ୍ବର ତୃତୀୟ ସପ୍ତାହରେ ଶ୍ରୀମନ୍ଦିର ଖୋଲିବା ଲାଗି ଆଲୋଚନା ହୋଇଥିଲା। ତେବେ ମନ୍ଦିର ଖୋଲାଗଲେ କ’ଣ ସବୁ କଟକଣା ରହିବ ଓ କେମିତି ବ୍ୟବସ୍ଥା କରାଯିବ ସେ ସଂକ୍ରାନ୍ତରେ ବୁଧବାର ବୈଠକରେ ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ମନ୍ଦିର ପରିଚାଳନା କମିଟିରେ ଥିବା ସେବାୟତମାନଙ୍କ ମତାମତ ନେଇଛନ୍ତି। ବୈଠକରେ ଏସ୍‌ପି କନଓ୍ବର ବିଶାଲ ସିଂ ଉପସ୍ଥିତ ରହି କୋଭିଡ୍‌ କଟକଣା ମାନି ଭକ୍ତ କିପରି ସୁବିଧାରେ ଦାରୁଦିଅଁଙ୍କ ଦର୍ଶନ କରିପାରିବେ ତାହା ଉପରେ ଆଲୋଚନା କରିଥିଲେ। ତେବେ ଜିଲାପାଳ ବଲଓ୍ବନ୍ତ ସିଂ କୌଣସି କାର୍ଯ୍ୟବ୍ୟସ୍ତତା କାରଣରୁ ବୈଠକରେ ଅନୁପସ୍ଥିତ ଥିଲେ। ତେଣୁ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରିନାହିଁ। ଏହି ବୈଠକରେ ଉପସ୍ଥିତ ଜଣେ ସେବାୟତ ନିଜ ନାମକୁ ଗୋପନ ରଖିବା ସର୍ତ୍ତରେ କହିଛନ୍ତି, ଡିସେମ୍ବରରେ ଶ୍ରୀମନ୍ଦିର ଖୋଲିବା ଉପରେ ଆଲୋଚନା କରାଯାଇଛି। ଏ ନେଇ ଏକ ପ୍ରକାର ଚୂଡ଼ାନ୍ତ ହୋଇସାରିଛି। ତେବେ ଶନିବାର ଛତିଶା ନିଯୋଗ ବୈଠକ ବସିବ। ଏହି ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ହେବ। ମନ୍ଦିର କେବେଠୁ ଖୋଲିବ ଓ କେତେ ଲୋକ ଆସିବେ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯିବ। ସମସ୍ତ ନିଯୋଗ ସମ୍ପାଦକଙ୍କ ଠାରୁ ମତ ନିଆଯିବ। ଏଥିସହ ପୁଷମାସ ପହିଲି ଭୋଗ ନୀତି ନିର୍ଘଣ୍ଟ ଉପରେ ମଧ୍ୟ ନିଷ୍ପତ୍ତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri