ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି

ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍‌ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ତେବେ ଏହାକୁ ପ୍ଲଟିଂ କରି ଜିଲାପାଳ ବିକ୍ରି କରିଦେଇଥିବା ନେଇ ଯେଉଁ ଅଭିଯୋଗ ଉଠୁଛି ତାହା ଠିକ୍‌ ନୁହେଁ ବୋଲି ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ କହିଛନ୍ତି। ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ ଅତିରିକ୍ତ ଜିଲାପାଳ କହିଛନ୍ତି, ବଗଲା ଧର୍ମଶାଳା ବିକ୍ରି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ହୋଇଛି। ସେହିପରି ଲଜିଂ ହାଉସ୍‌ ଫଣ୍ଡ୍‌ କମିଟି ଆକ୍ଟ ୨୦୧୮ ସେପେ୍‌ଟମ୍ବରରେ ଉଚ୍ଛେଦ ହୋଇଯାଇଛି। ଏତଦ୍‌ବ୍ୟତୀତ ଶ୍ରୀମନ୍ଦିରର ୭୫ମିଟର ଚୌହଦି ଉଚ୍ଛେଦ ପ୍ରକ୍ରିୟାରେ ସହଯୋଗ କରିଥିବା ଲଜ୍‌ ମାଲିକଙ୍କ ପାଇଁ ବଡ଼ଦାଣ୍ଡରେ ଜାଗା ଦେବାକୁ ହିିଁ ବଗଲା ଧର୍ମଶାଳା ଜମିକୁ ବଛାଯାଇଥିଲା। ତେଣୁ ସେହି ମାଲିକମାନଙ୍କୁ ଧର୍ମଶାଳା ଜମି ବିକ୍ରି କବଲା କରାଯାଇଛି ବୋଲି ଦାଶ କହିଛନ୍ତି।
ଅନ୍ୟପକ୍ଷରେ ବଗଲା ଧର୍ମଶାଳା ଜମି ସଂକ୍ରାନ୍ତରେ ନିଷ୍ପତ୍ତିର ପୁନର୍ବିିଚାର ହେବା ଦରକାର ବୋଲି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି କହିଛନ୍ତି। ବଡ଼ଦାଣ୍ଡରେ ଥିବା ଏହି ଏକମାତ୍ର ସରକାରୀ ଧର୍ମଶାଳା ବହୁ ଦଶନ୍ଧି ଧରି ଗରିବ ଓ ନିମ୍ନ ମଧ୍ୟବିତ୍ତ ଭକ୍ତ ଏବଂ ଯାତ୍ରୀଙ୍କୁ ସେବା ଯୋଗାଇ ଆସୁଥିଲା। ତେଣୁ ଏହାର ପୁନର୍ବିିଚାର କରାଯାଉ ବୋଲି ମହେଶ୍ୱର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri