Posted inଜାତୀୟ

ଗଣତନ୍ତ୍ରକୁ ତା’ ବାଟରେ ଯିବାକୁ ଦିଆଯାଉ

ନୂଆଦିଲ୍ଲୀ,୫ା୪: ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ହୋଇଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଗୁରୁବାର ତୃତୀୟ ଥର ପାଇଁ ଖାରଜ କରିଦେଇଛନ୍ତି। ଗଣତନ୍ତ୍ରକୁ ତା’ ବାଟରେ ଯିବାକୁ ଦିଆଯାଉ ବୋଲି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ମନମୋହନଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଉଲ୍ଲେଖନୀୟ ଟିପ୍ପଣୀ ଦେଇଛନ୍ତି। ଜାତୀୟ ସ୍ବାର୍ଥ ଆଗରେ ବ୍ୟକ୍ତିଗତ ସ୍ବାର୍ଥ ଗୌଣ ବୋଲି ହାଇକୋର୍ଟ କହିଛନ୍ତି। ଆମେ ଆଇନର ଅଦାଲତ ହୋଇଥିବାରୁ ଆମକୁ ଆଇନ ଅନୁଯାୟୀ ଯିବାକୁ ହେବ। ଆପଣଙ୍କର ଉପଚାର ଏଠାରେ ନାହିଁ, ଅନ୍ୟ କେଉଁଠି ରହିଛି। ଆପଣ ଉପଯୁକ୍ତ ଫୋରମକୁ ଯାଆନ୍ତୁ ବୋଲି ଖଣ୍ଡପୀଠ ଆବେଦନକାରୀଙ୍କୁ କହିଥିଲେ।
କେଜ୍‌ରିଓ୍ବାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ବାଦ୍‌ ଦେବାକୁ ଅନୁରୂପ ଏକ ପିଟିଶନକୁ ନିକଟରେ ଉକ୍ତ ଖଣ୍ଡପୀଠ ଖାରଜ କରିଥିଲେ। ଏହା ଉପରେ କୌଣସି ଭିନ୍ନ ମତାମତ ନିଆଯାଇପାରିବ ନାହିଁ। ଏହି ପ୍ରସଙ୍ଗରେ ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିବା ପରେ ଆବେଦନକାରୀ ହିନ୍ଦୁ ସେନାର ବିଷ୍ଣୁ ଗୁପ୍ତାଙ୍କ ଓକିଲ କହିଥିଲେ, ଆବେଦନ ପ୍ରତ୍ୟାହାର କରିନେବା ଲାଗି ତାଙ୍କୁ ନିର୍ଦ୍ଦେଶ ମିଳିଛି। ଉକ୍ତ ଆବେଦନ ନେଇ ସେ ଉପରାଜ୍ୟପାଳଙ୍କ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ୍‌ ଗିରଫ ହେବା ସତ୍ତ୍ୱେ ନିଜ ପଦରୁ ଇସ୍ତଫା ନ ଦେଇ ଜେଲରୁ ସରକାର ଚଳାଉଛନ୍ତି। ଜେଲରୁ ସରକାର ଚଳାଇବା ସହଜ ନ ହେଲେ ମଧ୍ୟ ଜଣେ ଗିରଫ ମୁଖ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇବା ପାଇଁ ସମ୍ବିଧାନରେ କୌଣସି ବ୍ୟବସ୍ଥା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀର ଆକ୍ରମଣ ପରେ ସାଉଦୀ ଗସ୍ତ ଅଧାରୁ ଫେରିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଯିଏ ଆଜି ପୂର୍ବାହ୍ନରେ ଦୁଇ ଦିନିଆ ଗସ୍ତରେ ସାଉଦୀ ଆରବ ପହଞ୍ଚିଥିଲେ, ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image