ସୁଭଦ୍ରାକୁ ନେଇ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ: ୫ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ…

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି। ଯେଉଁମାନେ ଟଙ୍କା ପାଇଛନ୍ତି, ସେ ଟଙ୍କା ତାଙ୍କର, ଖର୍ଚ୍ଚ କରିପାରିବେ। ଡିଜିଟାଲ ମୋଡରେ ଖର୍ଚ୍ଚକରି ଅଧିକ ୫୦୦ ଟଙ୍କା ଲାଭବାନ ହୁଅନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ସେପ୍ଟେମ୍ବର ୧୭ରେ ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯାଇଛି। ଓଡ଼ିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ହେଲେ ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇନାହିଁ। ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ହିତାଧିକାରୀ। ତେବେ ଯେଉଁମାନଙ୍କୁ ମିଳିନାହିଁ ସେମାନଙ୍କୁ ଖୁବ୍‌ଶୀଘ୍ର ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ର୍ନିଦ୍ଧିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ।ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri