ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, କହିଲେ ଧୈର୍ଯ୍ୟ ରଖନ୍ତୁ, ସମସ୍ତଙ୍କୁ…

ଭୁବନେଶ୍ୱର,୭ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୨ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟା ଅଞ୍ଚଳରେ ମିଳିବ ନୂଆ ପକ୍କା ଘର, ଏମାନେ ପାଇବେ…

ଭୁବନେଶ୍ୱର,୨୫।୧୦: ରାଜ୍ୟ ସରକାରଙ୍କ ବଡ ଘୋଷଣା । ମିଳିବ ପକ୍କା ଘର । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ଏ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ...

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ...

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର...

କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri