ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସ୍‌ସିବି ମେଡିକାଲରେ ଭେଟିଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ ବିଭୂତି ଭୂଷଣ ନାୟକଙ୍କ ସହ ଆଲୋଚନା କରି ସରୋଜଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଖୁରାନିଆ। ଏଥିସହିତ ସେ ସରୋଜଙ୍କୁ ଫଳ ବଣ୍ଟନ କରି ମହାନତା ଦେଖାଇଛନ୍ତି।

Image

ଓଡ଼ିଶା ପୋଲିସ ପକ୍ଷରୁ ସୋସିଆଲ ମିଡିଆ ‘ଏକ୍ସ’ରେ ଫଟୋ ଶେୟାର କରାଯାଇ ଏ ସମ୍ପର୍କରେ ସୂଚନା ଦିଆଯାଇଛି।

Image

ସୂଚନାଯୋଗ୍ୟ, କନଷ୍ଟେବଳ ସରୋଜଙ୍କୁ ହାଣି ପାପୁଲି ଛିଡ଼ାଇ ଦେଇଥିଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟଣା ଶୁକ୍ରବାର ସମ୍ବଲପୁର ଜିଲା ବୁର୍ଲା ଥାନା ଝରାପାଲି ଗାଁରେ ଘଟିଥିଲା। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ ଉପରକୁ ଆକ୍ରମଣ ହୋଇଥିଲା। ଆହତ କନଷ୍ଟେବଳ ସରୋଜ ପ୍ରଥମେ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ପରେ କଟକ ସ୍ଥାନାନ୍ତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର, ଅବସର ପରେ ମିଳିବ…

ଭୁବନେଶ୍ୱର,୨୨।୧୧: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri