ଡ୍ୟୁଟିରେ ଶୋଇପଡ଼ିଲେ ଡାକ୍ତର

ଢେଙ୍କାନାଳ ଅଫିସ,୮।୧୦: ଡ୍ୟୁଟିରେ ଥାଇ ନିଘୋଡ଼ ନିଦରେ ଶୋଇପଡ଼ିଲେ ଡାକ୍ତର। ତାଙ୍କୁ ଉଠାଇବାକୁ ସହକର୍ମୀ ଏବଂ ସୁରକ୍ଷାକର୍ମୀଙ୍କୁ କରିବାକୁ ପଡ଼ିଲା ବେଶ୍‌ କିଛି ସମୟ କସରତ, ତଥାପି ଡାକ୍ତରଙ୍କ ନିଦ ଭାଙ୍ଗିଲାନି କି ଅପେକ୍ଷାରତ ରୋଗୀଙ୍କୁ ମିଳିଲାନି ଚିକିତ୍ସା ପରାମର୍ଶ। ଢେଙ୍କାନାଳ ଜିଲା ଗଁଦିଆ ଥାନା ଶ୍ରୀରାମଚନ୍ଦ୍ରପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ବୁଧବାର ସନ୍ଧ୍ୟାରେ ଦେଖିବାକୁ ମିଳିଥିଲା ଏଭଳି ଅଭାବନୀୟ ଦୃଶ୍ୟ। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାପରେ ମେଡିକାଲ ଇନ୍‌ଚାର୍ଜଙ୍କୁ ସିଡିଏମ୍‌ଓ ରିପୋର୍ଟ ତଲବ କରିଛନ୍ତି। ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ସମ୍ପୃକ୍ତ ଡାକ୍ତରଜଣକ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟ କରୁଛନ୍ତି। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ସେ ଗାଢ଼ ନିଦରେ ଶୋଇପଡ଼ିଥିବା କେତେଜଣ କହୁଥିବାବେଳେ ନିଶାଦ୍ରବ୍ୟ ସେବନ କାରଣରୁ ଏଭଳି ହୋଇଥିବା ଅନ୍ୟ କେତେଜଣ କହିଛନ୍ତି, ଯାହା ତଦନ୍ତ ସାପେକ୍ଷ। ଅନ୍ୟପଟେ ବୁଧବାର ସନ୍ଧ୍ୟାରୁ ଗୁରୁବାର ଦିନତମାମ ଭିଡିଓ ମୋବାଇଲ୍‌ରୁ ମୋବାଇଲ୍‌କୁ ଘୂରି ବୁଲିବା ପରେ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ିଥିଲା। ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ଡା. ସୁଜାତାରାଣୀ ମିଶ୍ର ଜିଲା ଦାୟିତ୍ୱରେ ଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧିକାରୀଙ୍କୁ ଡାକି ଏ ସମ୍ପର୍କରେ ଆଲୋଚନା କରିଛନ୍ତି। ଏ ସଂକ୍ରାନ୍ତରେ ସିଡିଏମ୍‌ଓ କୁହନ୍ତି, ଭାଇରାଲ୍‌ ହୋଇଥିବା ଭିଡିଓ ଦେଖିଛନ୍ତି। ଶ୍ରୀରାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜଙ୍କୁ ରିପୋର୍ଟ ମଗାଯାଇଛି। ରିପୋର୍ଟ ହସ୍ତଗତ ହେବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ଡ୍ୟୁଟି ସମୟରେ ଏଭଳି ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିଲାଗି ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri