ବୋର୍ଡରେ ଲେଖାଯିବ ଡାକ୍ତରଙ୍କ କାର୍ଯ୍ୟସୂଚୀ

କଳିଙ୍ଗନଗର,୧୮ା୧୧(ଡି.ଏନ.ଏ.): ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରଥମ ରୋଗୀ କଲ୍ୟାଣ ସମିତି ବୈଠକ ଭିଡିଓ କନଫରେନ୍ସରେ ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ଇଂ. ପ୍ରୀତିରଞ୍ଜନ ଘଡ଼ାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରୋଗୀସେବାକୁ ପ୍ରାଥମିକତା ଦିଆଯାଇଛି। ଏହା ବ୍ଲକ୍‌ର ମୁଖ୍ୟ ଡାକ୍ତରଖାନା ହୋଇଥିବାରୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ହେବା ସ୍ବାଭାବିକ। ସେଥିପାଇଁ ଡାକ୍ତରଙ୍କ ଉପସ୍ଥିତି ରୋଗୀଙ୍କ ପକ୍ଷରେ ଜାଣିବା ନିହାତି ଆବଶ୍ୟକ। ଏହି କାରଣରୁ କେଉଁ ଡାକ୍ତର କେଉଁ ସମୟରେ ଡ୍ୟୁଟିରେ ଅଛନ୍ତି, ତାହାର ସବିଶେଷ ବିବରଣୀ, ପ୍ରତ୍ୟେକ ଦିନ ଏକ ବୋର୍ଡରେ ଲେଖାଯିବ। ଫଳରେ ଚିକିତ୍ସା ପ୍ରଦାନ ସୁବ୍ୟବସ୍ଥିତ ହୋଇପାରିବ। ଏହା ସହ ପାତର ଅନ୍ତର ନ କରି ସମସ୍ତ ଡାକ୍ତରଙ୍କୁ ସମାନ ଭାବରେ ଡ୍ୟୁଟି ପ୍ରଦାନ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ବ୍ଲକ ଅଧ୍ୟକ୍ଷା ତଥା ରୋଗୀ କଲ୍ୟାଣ ସମିତି ଉପାଧ୍ୟକ୍ଷା ଅର୍ଚ୍ଚନା ଦାସ ଯୋଗଦେଇ ମେଡିକାଲରେ ସମସ୍ତ ପ୍ରକାରର ମେଡିସିନ ମହଜୁଦ ରଖିବା ପାଇଁ ଦାବି କରିଛନ୍ତି। ଫଳରେ ରୋଗୀଙ୍କୁ ବାହାରୁ ଔଷଧ କିଣିବାକୁ ପଡିବ ନାହିଁ। ସେହିଭଳି ନିରାମୟ ମେଡିସିନ କେନ୍ଦ୍ରର ଖୋଲିବା ସମୟ ବୃଦ୍ଧି କରାଯିବା, ପୋଷ୍ଟମର୍ଟମ, ଡେଥ ଓ ବାର୍ଥ ସାର୍ଟିଫିକେଟ ପ୍ରଦାନରେ ଅହେତୁକ ବିଳମ୍ବ ନ କରିବାକୁ କୁହାଯାଇଛି। ବୈଠକରେ ବିଡିଓ ମଣିପ୍ରସାଦ ମିଶ୍ର, ମେଡିକାଲ ଅଫିସର ଜ୍ୟୋତିରଞ୍ଜନ ମହାପାତ୍ର, ମନ୍ତ୍ରୀଙ୍କ ପ୍ରତିନିଧି ପ୍ରଦୀପ ମହାନ୍ତି, ଜିଲା ପରିଷଦ ସଭ୍ୟା ସୁଚିତ୍ରା ବିଶ୍ୱାଳ ଓ ବ୍ଲକ ଶିକ୍ଷା ଅଧିକାରୀ ବଳରାମ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri