ରାଗିଗଲେ ମୁଖ୍ୟମନ୍ତ୍ରୀ ବସ୍‌ ଡ୍ରାଇଭର ଅନ୍ୟଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ହାଣିଦେଲେ

ବଲାଙ୍ଗୀର,୧୩।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ତାରିଣୀ ମନ୍ଦିର ନିକଟରେ ମୁଖ୍ୟମନ୍ତ୍ରୀ ବସ୍‌ର ଜଣେ ଡ୍ରାଇଭର ଅନ୍ୟ ଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଛନ୍ତି। ଗୁରୁତର ଡ୍ରାଇଭର ଜଣକ ହେଲେ ଆଦିତ୍ୟ ବିଶ୍ବାଳ। ଗୁରୁତର ଆଦିତ୍ୟଙ୍କୁ ପ୍ରଥମେ ବେଲପଡା ହସ୍ପିଟାଲରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ଭିମସାର ହସ୍ପିଟାଲକୁ ସ୍ଥାନାନ୍ତରଣ କରାଯାଇଛି। କିଛି ଦିନ ତଳେ ଆକ୍ରମଣକାରୀ ଡ୍ରାଇଭର ଦେବାର୍ଚ୍ଚନ ପୁଟେଲଙ୍କ ବିରୁଦ୍ଧରେ ଅଭିଯୋଗ ହେବାରୁ ତାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ଏଥିପାଇଁ ସେ ଇନଚାର୍ଜ ସୁପରଭାଇଜର ଥିବା ଡ୍ରାଇଭର ଆଦିତ୍ୟଙ୍କୁ ସନ୍ଦେହ କରି ଆକ୍ରମଣ କରିଥିବା ବେଲପଡା ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri