ଇସିଆଇ ଟିମ୍‌ ଗସ୍ତକୁ ନେଇ ବଢ଼ିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର,୩୦ା୮ (ଅନିଲ ଦାସ): ଆଗୁଆ ସାଧାରଣ ନିର୍ବାଚନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଏକ ଟିମ୍‌ ରାଜ୍ୟର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଆସନ୍ତା ସେପ୍ଟେମ୍ବର ୧୩ରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏଥିସହିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଗୁଆ ନିର୍ବାଚନ ନେଇ ଭବିଷ୍ୟବାଣୀ କରିବା ପରେ ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ପୁଣି ଆରମ୍ଭ ହୋଇଯାଇଛି। ତେବେ ନିର୍ବାଚନ କମିଶନ ଟିମ୍‌ଙ୍କ ଗସ୍ତ ସହିତ ଆଗୁଆ ନିର୍ବାଚନର କୌଣସି ସମ୍ପର୍କ ନାହିଁ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ଅନ୍ୟପକ୍ଷରେ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ କଂଗ୍ରେସ, ଭାଜପା ଓ ବିଜେଡି ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ପୂର୍ବରୁ ସଙ୍କେତ ଦେଇସାରିଛନ୍ତି। ଇସିଆଇଙ୍କ ଟିମ୍‌ ସେପ୍ଟେମ୍ବର ୧୩ରେ ଜିଲାପାଳମାନଙ୍କ ସହ ଆଲୋଚନା କରିବେ। ଆସନ୍ତା ଅକ୍ଟୋବରରେ ଇଭିଏମ୍‌ ଓ ଭିଭିପାଟ୍‌ଗୁଡ଼ିକ ଯାଞ୍ଚ କରାଯିବ। ନଭେମ୍ବର ୧୫ ସୁଦ୍ଧା ଏହି ପ୍ରକି୍ରିୟା ଶେଷ ହେବ । ତେବେ ଇସିଆଇ ଟିମ୍‌ଙ୍କ ଓଡ଼ିଶା ଗସ୍ତ ସହିତ ଆଗୁଆ ନିର୍ବାଚନର କୌଣସି ସମ୍ପର୍କ ନାହିଁ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଉଭୟ ବିଧାନସଭା ଓ ଲୋକ ସଭା ନିର୍ବାଚନ ହେବ ବୋଲି ସିଇଓ କହିଛନ୍ତି। ଚଳିତ ବର୍ଷ ଶେଷ ଆଡ଼କୁ ଅନ୍ୟ ୫ ରାଜ୍ୟ ସହ ଓଡ଼ିଶା ବିଧାନସଭା ପାଇଁ ନିର୍ବାଚନ ହେବ ବୋଲି ଭାଜପା ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସମୟରେ ପୂର୍ବାନୁମାନ କରାଯାଇ ଆସୁଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟରେ ଆଗୁଆ ନିର୍ବାଚନ ପାଇଁ ବିଜେଡି ପ୍ରସ୍ତୁତ ହେଉଥିବା କଥା ପୂର୍ବରୁ ଅନେକ ଥର ଗଣମାଧ୍ୟମକୁ କହିଛନ୍ତି। ତେବେ ଆଗୁଆ ନିର୍ବାଚନ ନେଇ ବିଜେଡି ପକ୍ଷରୁ କୌଣସି ଆକଳନ କରାଯାଇ ନ ଥିବା ଦଳ ପକ୍ଷରୁ କୁହାଯାଇଛି। ଯଦି ଆଗୁଆ ନିର୍ବାଚନ ନେଇ କେନ୍ଦ୍ରରୁ ସଙ୍କେତ ମିଳିବ ସେ ନେଇ ଦଳ ପ୍ରସ୍ତୁତ ରହିଛି ବୋଲି ବିଜେଡି ନେତା କହୁଛନ୍ତି। ୨୦୦୪ରେ ଆଗୁଆ ନିର୍ବାଚନ କରାଯାଇଥିଲା। ଏହା ପରଠାରୁ କେବେ ଆଗୁଆ ନିର୍ବାଚନ ହୋଇ ନାହିଁ। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ ରାଜ୍ୟ ସରକାର ଅନେକ ଜନକଲ୍ୟାଣକାରୀ ଯୋଜନା ଘୋଷଣା କରି ସାରିଲେଣି। ନିର୍ବାଚନ ଯେତେବେଳେ ବି ହେଉ ରାଜ୍ୟବାସୀଙ୍କ ଆଶୀର୍ବାଦ ମୁଖ୍ୟମନ୍ତ୍ରୀ ନବୀନଙ୍କ ଉପରେ ରହିଛି। ଏଥିପାଇଁ ଭୟ କରିବାର କିଛି ନାହିଁ ବୋଲି ବିଜେଡି ବିଧାୟକ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ମଧ୍ୟ ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ରହିଛି। ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଆଗୁଆ ନିର୍ବାଚନ ପାଇଁ ଦଳ ସବୁବେଳେ ପ୍ରସ୍ତୁତ ରହିଛି। ରାଜ୍ୟବାସୀ ଜାଣି ସାରିଛନ୍ତି ଭାଜପା ଓ ବିଜେଡି ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ସେହିପରି ଭାଜପା ବିଧାୟକ ମୁକେଶ ମହାଲିଙ୍ଗ କହିଛନ୍ତି, ନିର୍ବାଚନ ଯେତେବେଳେ ହେଲେ ବି ଦଳ ପ୍ରସ୍ତୁତରେ ରହିଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପୃଥକ୍‌ ଭାବେ କରାଗଲେ ନିର୍ବାଚନ ଖର୍ଚ୍ଚ ଦୁଇଗୁଣା ବଢ଼ିଯିବ। ରାଜ୍ୟର ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହେବ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆସନ୍ତା ବର୍ଷ ଜୁନ୍‌ ମାସ ପୂର୍ବରୁ ବିଧାନସଭା ନିର୍ବାଚନ ଶେଷ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri