୧୫ରୁ ଓଡ଼ିଶା ଗସ୍ତରେ ଆସିବେ ନିର୍ବାଚନ କମିଶନର

ଭୁବନେଶ୍ୱର,୯।୨(ସୁନିତ୍‌ ମିଶ୍ର):ଆଗକୁ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଏହାର ପ୍ରସ୍ତୁତି ସମୀକ୍ଷା କରିବାକୁ ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ନେତୃତ୍ୱରେ ଏକ ୭ ଜଣିଆ ଟିମ୍‌ ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ୧୬ ତାରିଖରେ ଏହି ଟିମ୍‌ ବିଭିନ୍ନ ଜାତୀୟ ଏବଂ ଆଞ୍ଚଳିକ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଆଲୋଚନା କରିବେ। ଏଥିସହ ରାଜ୍ୟ ପଦାଧିକାରୀ, ଡିଇଓ, ଏସ୍‌ପି, ସିପି ଏବଂ ଆଇଜିଙ୍କ ସହ ମଧ୍ୟ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଏହା ପରଦିନ ଅର୍ଥାତ୍‌ ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନୋଡାଲ ଅଫିସର, ମୁଖ୍ୟ ଶାସନ ସଚିବ,ପୋଲିସ ଡିଜି ଏବଂ ଏନ୍‌ଫୋର୍ସମେଣ୍ଟ ଏଜେନ୍ସି ସହ ନିର୍ବାଚନ ବିଷୟରେ ମୁଖ୍ୟ ନିର୍ବାଚନ କମିଶନର ଓ ତାଙ୍କ ଟିମ୍‌ ସମୀକ୍ଷା କରିବେ।

Share