ରକ୍ତମୁଖା ହେଲା ଦନ୍ତା: ଶୋଇଥିବାବେଳେ ଘରୁ ଘୋଷାଡି ଆଣି ମହିଳାଙ୍କୁ ଦଳିଦେଲା

ବାରିପଦା,୨୬।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ବାରିପଦା ରେଞ୍ଜ ଅଧୀନ ରାଧିକାଶୋଳ ଗ୍ରାମରେ ଦନ୍ତା ଆକ୍ରମଣରେ ପୁଣି ଜଣକଙ୍କ ଜୀବନ ନେଇଛି। ରାତିରେ ଘରେ ପଶି ଶୋଇଥିବା ଜଣେ ମହିଳାଙ୍କୁ ଘୋଷାଡି ଆଣି ଘର ବାହାରେ କଚାଡି ମାରିଛି। ମୃତା ମହିଳା ଜଣକ ହେଉଛନ୍ତି ଗ୍ରାମର ସୀତାରାମ ହାଁସଦାଙ୍କ ସ୍ତ୍ରୀ ମାନକା (୩୫)।
ସୂଚନାଯୋଗ୍ୟ, ଗାଁକୁ ବଣୁଆହାତୀ ଅନୁପ୍ରବେଶ କରିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ଘରୁ ନ ବାହାରିବାକୁ ଡାକବାଜି ଯନ୍ତ୍ରଦ୍ୱାରା ପ୍ରଚାରକରି ଗ୍ରାମବାସୀଙ୍କୁ ସତର୍କ କରାଯାଇଥିଲା l ଗ୍ରାମବାସୀ ନିଜନିଜ ଘରେ ଶୋଇଥିବା ବେଳେ ବେତନଟୀ ରେଞ୍ଜ ଇଲାକାରେ ବିଚରଣ କରୁଥିବା ନରହନ୍ତା ଦନ୍ତା ୧୮ନଂ ଜାତୀୟ ରାଜପଥ ଅତିକ୍ରମ କରି ଭୋର ତିନିଟା ପାଖାପାଖି ସମୟରେ ରାଧିକାଶୋଳ ଗ୍ରାମରେ ପ୍ରବେଶ କରିଥିଲା। ଗ୍ରାମର ତିନି ଚାରିଟି ଘର ଭାଙ୍ଗିବା ସହିତ ଘର ଭିତରେ ଶୋଇଥିବା ମାନକାଙ୍କୁ ଘୋଷାଡି ଆଣି ଘର ଅଗଣାରେ କଚାଡି ଦଳି ଦେଇଥିଲା l ପାଖରେ ଶୋଇଥିବା ସ୍ବାମୀ ସୀତାନାଥ ଅଳ୍ପକେ ବର୍ତ୍ତିଯାଇଥିବାବେଳେ ଗ୍ରାମରେ ଚହଳ ପଡିଯାଇଥିଲା l

ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଥିବା ବେଳେ ବନବିଭାଗର ଅପାରଗତାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇଛି l ଗୁରୁବାର ସକାଳେ କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧିକାରୀ ଏଏସଆଇ ସୂତାର କୁମାର ମହାନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ବାରିପଦା ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି l

ତେବେ ବାରମ୍ବାର ବନବିଭାଗର ଅବହେଳା ଏବଂ ଅପାରଗତା ପାଇଁ ହାତୀ ଜନବସତି ଭିତରେ ପଶି ଧନଜୀବନ ହାନୀ କରୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଲାଗିରହିଛି l ନରହନ୍ତା ଦନ୍ତା ଆକ୍ରମଣରେ ବିଗତ ତିନିଦିନରେ ୪ ଜଣଙ୍କ ମୃତ୍ୟୁ ଘଟଣା ବନବିଭାଗ ପାଇଁ ମଧ୍ୟ ଅଡୁଆସ୍ଥିତି ସୃଷ୍ଟି କରିଛି l

 


Enter your email to get our daily news in your inbox.

All Right Reserved By Dharitri.Com

ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ୧୩ ବ୍ଲକରେ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କର୍ମୀମାନଙ୍କୁ ଦୀର୍ଘ ୬ମାସରୁ ଊଦ୍ଧର୍‌ବ ହେବ ଦରମା ଟଙ୍କା ମିଳିନାହିଁ।...

‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ: ୩୦ ହଜାର ଶିଶୁ ଉପକୃତ ହେବା ଲକ୍ଷ୍ୟ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ବେଦାନ୍ତ ‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ କରିଛି। ଭବାନୀପାଟଣା ସହରସ୍ଥିତ ମାଣିକେଶ୍ବରୀ ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ...

ରାଜ୍ୟରେ ପ୍ରଥମ ହେବା ପାଇଁ ଉତ୍ସାହିତ କଲେ ଜିଲାପାଳ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):ଭବାନୀପାଟଣାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର କଳାହାଣ୍ଡି ଜିଲାସ୍ତରୀୟ ସପ୍ତମ ଜାତୀୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି। ଜିଲା ସମାଜ କଲ୍ୟାଣ...

ହୋମିଓପାଥିକ ଚିକିତ୍ସାଳୟ ଅଧିକାଂଶ ଦିନ ବନ୍ଦ

ମହାକାଳପଡ଼ା,୨୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସୁନିତି ପଞ୍ଚାୟତ ଜଗରିଜୋର ହାଟ ଶ୍ୟାମାକାଳୀ ମନ୍ଦିର ସଂଲଗ୍ନ ହୋମିଓପାଥିକ ଚିକିତ୍ସାଳୟ ବନ୍ଦ ପଡିଛି। ସ୍ଥାନୀୟ ଲୋକମାନଙ୍କୁ...

ସରକାରୀ ଜମିରେ ବେଆଇନ କ୍ରଶର

ଯାଜପୁର,୨୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ବେଆଇନ କ୍ରଶର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।  ଏପରି କି ଜଳସେଚନ ଓ ପୂର୍ତ୍ତ ବିଭାଗ,...

ଲଗାଣ ବର୍ଷା: ଆଳିର ବିଭିନ୍ନ ସ୍ଥାନରେ ଜମି ରହିଛି ପାଣି

ଆଳି, ୨୭ା୯(ବନମାଳୀ ସେନାପତି ): ଲଘୁଚାପ ପ୍ରଭାବରୁ ଆଳି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ଆଳି ଅଞ୍ଚଳର ଜନଜୀବନ ଅସ୍ତବ୍ୟସ୍ତ...

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍...

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri