ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାର ରୂପ ନେଇଛି। ବାତ୍ୟା ଅସାନି ଘନୀଭୂତ ହୋଇ ସ୍ଥଳଭାଗ ମୁହାଁ ହେଉଛି। ୬ ଘଣ୍ଟା ଧରି ଘଣ୍ଟା ପ୍ରତି ୧୬ କିମି ବେଗରେ ଉତ୍ତର -ପଶ୍ଚିମ ଦିଗରେ ଗତି କରୁଛି ଅସାନି। ପୁରୀ ଠାରୁ ୧୦୨୦ କିମି ଦକ୍ଷିଣ-ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇଛି।
ସେହିପରି ବିଶାଖାପାଟଣା ଠାରୁ ୯୭୦ କିମି ଦକ୍ଷିଣ ପୂର୍ବ ଦିଗରେ ରହିଛି ବାତ୍ୟା ଅସାନି । ୧୦ ତାରିଖ ସା ଯାଏଁ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହିତ ପବନର ବେଗ ମଧ୍ୟ ବଢିବ । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଯେଉଁମାନେ ବି ସମୁଦ୍ର ମଧ୍ୟରେ ଅଛନ୍ତି ସମସ୍ତଙ୍କୁ ଆଜି ଫେରି ଆସିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।