Categories: ରାଜ୍ୟ

ପ୍ରକାଶ ପାଇଲା ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା, ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୫।୧: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ। ନୂଆକରି ଯୋଡ଼ି ହୋଇଥିବା ଯୁବ ଭୋଟରଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ରେ ପହଞ୍ଚିଛି।

ଏହି ତାଲିକାରେ ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ନୂଆ ଭୋଟର ସାମିଲ ହୋଇଛନ୍ତି। ସେଥିରୁ ଯୁବ ଭୋଟର ସଂଖ୍ୟା ୪ ଲକ୍ଷ ୭୬ ହଜାର ୯୬୯ ରହିଥିଲା ବେଳେ ତାଲିକାରୁ ୭ ଲକ୍ଷ ୧୬ ହଜାର ଭୋଟରଙ୍କୁ ବାଦ୍ ଦିଆଯାଇଛି। ତେବେ ପ୍ରକାଶ ପାଇଥିବା ତାଲିକା ଅନୁଯାୟୀ ମହିଳା ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଛି, ଅର୍ଥାତ ହଜାରେ ପୁରୁଷରେ ୯୭୨ ମହିଳା ରହିଛନ୍ତି। ଶୁକ୍ରବାର ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି।

Share