ରାୟଗଡ଼ା ଅଫିସ,୯।୭: ରାୟଗଡ଼ା ବାରିଝୋଲାସ୍ଥିତ ଜନ ସ୍ବାସ୍ଥ୍ୟ ଅଧିକାରୀ (ସିଡିଏମ୍ଓ)ଙ୍କ କାର୍ଯ୍ୟାଳୟରେ ଶନିବାର ଅଗ୍ନିକାଣ୍ଡ ଘଟିଛି । ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ରେକର୍ଡ ଓ କାଗଜପତ୍ର ପୋଡି ନଷ୍ଟ ହୋଇଯାଇଛି । ଅଗ୍ନିଶମ ବିଭାଗ ପହଞ୍ଚିି ନିଆଁକୁ ଆୟତ୍ତ କରିଛନ୍ତି। ଶର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ସୂଚନା ମିଳିଛି।