Posted inଜାତୀୟ

ଆସିବ ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌ ଆସିବ। ଏହି ବଜେଟ୍‌ ଆସନ୍ତା ୨୩ ତାରିଖରେ ଉପସ୍ଥାପନ କରାଯିବ ବୋଲି ଶନିବାର କେନ୍ଦ୍ରୀୟ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି। ସେ କହିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୨ ଜୁଲାଇରେ ସଂସଦରେ ବଜେଟ୍‌ ଅଧିବେଶନ ଉପରେ ମୋହର ଲଗାଇବେ। ୨୩ ଜୁଲାଇରେ ଲୋକ ସଭାରେ ବଜେଟ୍‌ ଉପସ୍ଥାପନ କରାଯିବ। ଏହି ବଜେଟ୍‌ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗତ ଫେବୃୟାରୀରେ ଶେଷ ବଜେଟ୍‌ ଉପସ୍ଥାପନ କରିଥିଲେ। ଏହି ବଜେଟ୍‌ ଉପସ୍ଥାପନ ସମୟରେ ସୀତାରମଣ କହିଥିଲେ, କେନ୍ଦ୍ର ସରକାର ଦେଶର ନାଗରିକଙ୍କ ଜୀବନରେ ସୁଧାର ପାଇଁ ସମର୍ପିତ ଏବଂ ଏଥିପାଇଁ ନିରନ୍ତର ପ୍ରୟାସ କରୁଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ ପରେ ୨୪ ଜୁନ୍‌ରେ ସଂସଦର ବିଶେଷ ଉତ୍ସବ ଆୟୋଜନ କରାଯାଇଥିଲା। ଯେଉଁଠି ନୂଆ ସଦସ୍ୟମାନେ ଶପଥ ନେଇଥିଲେ ଏବଂ ୨୭ ଜୁନ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସେମାନଙ୍କୁ ଶପଥପାଠ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁବକ ଯଦି ହୁଡିଯାଆନ୍ତି ତେବେ ଦେଶର ଅବସ୍ଥା,’ଆପତ୍ତିଜନକ ବୟାନକୁ ନେଇ…

ନୂଆଦିଲ୍ଲୀ,୫।୧୦: ଉତ୍ତରପ୍ରଦେଶର ଗାଜିଆବାଦରେ ଏକ କାର୍ଯ୍ୟକ୍ରମରେ ମହନ୍ତ ୟତି ନରସିଂହାନନ୍ଦ ପୈଙ୍ଗାମ୍ବର ମହମ୍ମଦ ଏବଂ କୁରାନ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି, ଯାହା ପରେ ସାରା...

ଶ୍ରୀଲଙ୍କା ସହ ମିଶି ଚାଇନାକୁ ପାନେ ଦେବ ଭାରତ: ଜୟଶଙ୍କରଙ୍କୁ ଭେଟିବା ପରେ ଶ୍ରୀଲଙ୍କା ରାଷ୍ଟ୍ରପତି କହିଲେ…

ନୂଆଦିଲ୍ଲୀ,୫।୧ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଅନୁରା କୁମାରା ଡିସାନାଇକେଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁଇ ଦେଶ ମଧ୍ୟରେ ଚାଲିଥିବା...

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୫।୧୦: ଜମ୍ମୁ କଶ୍ମୀରରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ଆତଙ୍କବାଦୀଙ୍କ ଯୋଜନା ପଣ୍ଡ ହୋଇଛି। ସୁରକ୍ଷା ବାହିନୀ ଦ୍ୱାରା ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନାନୁସାରେ,...

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି...

ସରକାର ବିରୋଧୀ ଲେଖା ପାଇଁ ଖବରଦାତାଙ୍କ ନାଁରେ ମାମଲା କରନାହିଁ

ନୂଆଦିଲ୍ଲୀ,୫ା୧୦: ସରକାରଙ୍କ ପ୍ରତି ସମାଲୋଚନାମୂଳକ ଲେଖା ପାଇଁ ଖବରଦାତାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ ତାଗିଦ କରିଛନ୍ତି।...

ଅମେଠିରେ ଦଳିତ ପରିବାରର ୪ ଜଣଙ୍କୁ ହତ୍ୟା

ଆମେଠି,୫ା୧୦(ପି.ଟି.): ଉତ୍ତରପ୍ରଦେଶର ଅମେଠିରେ ଜଣେ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ ଓ ୨ ଝିଅଙ୍କୁ ସେମାନଙ୍କ ଭଡ଼ାଘରେ ଗୁରୁବାର ଗୁଳିକରି ହତ୍ୟା କରାଯାଇଛି। ସେମାନଙ୍କ ପ୍ରତି ଯଦି...

ଅଦାଲତ ଅବମାନନା କରି ଘର ଭାଙ୍ଗିଲେ ନିର୍ମାଣ ନିର୍ଦ୍ଦେଶ ଦିଆଯିବ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଅଦାଲତଙ୍କ ନିର୍ଦ୍ଦେଶର ଅବମାନନା କରି ଯଦି ଅଧିକାରୀ କାହାର ଘର ଭାଙ୍ଗନ୍ତି, ତେବେ ତାଙ୍କୁ ଉକ୍ତ ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ ବୋଲି ସୁପ୍ରିମକୋର୍ଟ...

ଆଜି ୯.୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍‌-କିଷାନ ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୫ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍‌-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ଦେଶର ୯.୪ କୋଟିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri