‘ଭୁଲ୍‌ ଭୁଲୈୟା ୩’ ର ପ୍ରଥମ ପୋଷ୍ଟର

ମୁମ୍ବାଇ: ସମ୍ପ୍ରତି ହିନ୍ଦୀ ସିନେମାର ପ୍ରମୁଖ ତାରକାମାନଙ୍କ ମଧ୍ୟରେ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଅନ୍ୟତମ। କାର୍ତ୍ତିକ ତାଙ୍କର ଅଭିନୟ ଓ ଲୁକ୍‌ ମାଧ୍ୟମରେ ବହୁ ପ୍ରଶଂସକ ସୃଷ୍ଟି କରିପାରିଛନ୍ତି। ଶେଷ ଥର ପାଇଁ ସେ ‘ଚନ୍ଦୁ ଚାମ୍ପିୟନ୍‌’ ଫିଲ୍ମରେ ନଜରକୁ ଆସିଥିଲେ। ବକ୍ସ ଅଫିସ୍‌ରେ ଏହି ଫିଲ୍ମ ବିଶେଷ ସଫଳତା ପାଇ ନ ଥିଲେ ମଧ୍ୟ କାର୍ତ୍ତିକଙ୍କ ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଏବେ କାର୍ତ୍ତିକଙ୍କ ଆଗାମୀ ଫିଲ୍ମ ‘ଭୁଲ୍‌ ଭୁଲୈୟା ୩’ ପାଇଁ ତାଙ୍କ ପ୍ରଶଂସକ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି। ବୁଧବାର କାର୍ତ୍ତିକ ଇନ୍‌ଷ୍ଟଗ୍ରାମରେ ‘ଭୁଲ୍‌ ଭୁଲୈୟା ୩’ ଫିଲ୍ମର ପ୍ରଥମ ପୋଷ୍ଟର ଶେୟାର କରିଛନ୍ତି। ଏହି ପୋଷ୍ଟରରେ ଏକ ବଡ଼ କବାଟ ଦୃଶ୍ୟମାନ ହେଉଛି, ଯେଉଁଥିରେ ତାଲା ପଡ଼ିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରେ କାର୍ତ୍ତିକ ଏକ ମଜାଦାର କ୍ୟାପ୍‌ଶନ୍‌ ମଧ୍ୟ ଲେଖିଛନ୍ତି। ଚଳିତ ଦୀପାବଳିରେ ‘ଭୁଲ୍‌ ଭୁଲୈୟା ୩’ର ଦ୍ୱାର ଖୋଲିବ ବୋଲି ଏହି ପୋଷ୍ଟ’ର କ୍ୟାପ୍‌ଶନରେ କାର୍ତ୍ତିକ ଲେଖିଛନ୍ତି।
ତେବେ ଦୀପାବଳି ଅବସରରେ ଆସନ୍ତା ନଭେମ୍ବର ୧ରେ ଅଜୟ ଦେବଗନ୍‌ଙ୍କ ‘ସିଙ୍ଘମ୍‌ ଏଗେନ୍‌’ ଓ କାର୍ତ୍ତିକଙ୍କ ‘ଭୁଲ୍‌ ଭୁଲୈୟା ୩’ ଏକସଙ୍ଗେ ପ୍ରେକ୍ଷାଳୟରେ ରିଲିଜ୍‌ ହେବ। ‘ଭୁଲ୍‌ ଭୁଲୈୟା ୩’ରେ
କାର୍ତ୍ତିକଙ୍କ ସହ ଅଭିନେତ୍ରୀ ତୃପ୍ତି ଡିମ୍ରି ଏବଂ ବିଦ୍ୟା ବଲାନ ମୁଖ୍ୟ ଭୂମିକାରେ ନଜରକୁ ଆସିବେ। ‘ଟି-ସିରିଜ୍‌ ଫିଲ୍ମସ୍‌’ ପକ୍ଷରୁ ଏହି ଚଳଚ୍ଚିତ୍ର ନିର୍ମିତ ହୋଇଥିବା ବେଳେ ଅନିସ୍‌ ବଜମି ଏହାର ନିର୍ଦ୍ଦେଶନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image