‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି।
ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରାର କ୍ରିଷ୍ଣା ରାଓ, ବ୍ରଜବିହାରୀପୁରର ରାଜେଶ ସ୍ବାଇଁଙ୍କ ସମେତ ପ୍ରାୟ ୩୦ଜଣ ବ୍ୟକ୍ତିଙ୍କୁ ଖାଦ୍ୟ ନ ଥିବା କୁହାଯାଇ ଟୋକନ ମିଳି ନ ଥିଲା। ଏଠାରେ ଦୈନିକ ୫୦୦ ମିଲ୍‌ ଦେବାକୁ ନିର୍ଦ୍ଦେଶ ଥିବାବେଳେ ବାକି ମିଲ୍‌ କୁଆଡ଼େ ଗଲା ବୋଲି ଲୋକେ ପ୍ରଶ୍ନ କରିଥିଲେ। ଏନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲେ ସୁଦ୍ଧା ଯୋଗାଣକାରୀ ସଂସ୍ଥା କୌଣସି ପଦକ୍ଷେପ ନେଇ ନ ଥିଲେ।
ଅନୁରୂପଭାବେ ଗତ ୧୭ ତାରିଖ ୧୧ଟାବେଳେ ଭୁବନେଶ୍ୱର ମ୍ୟୁଜିୟମ ଛକସ୍ଥିତ ଆହାର କେନ୍ଦ୍ରରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରାଯାଇଥିଲା। ଦିନ ୧୧ଟାରେ ଖାଦ୍ୟ ଭ୍ୟାନ ପହଞ୍ଚତ୍ବାପରେ ଖାଦ୍ୟ ଜରିରେ ପ୍ୟାକିଂ ହୋଇଥିଲା। ଏଠାରେ ୩୫୦ ମିଲ୍‌ ଦେବାର ବ୍ୟବସ୍ଥା ରହିଥିବାବେଳେ ମାତ୍ର ୨୯୫ ମିଲ୍‌ ଦିଆଯାଇଥିଲା। ଏଠାରେ ୫୦ରୁ ଅଧିକ ମିଲ୍‌ ଦିଆଯାଇ ନ ଥିଲା। ସେହିପରି ଗତ ୧୬ ତାରିଖ ମଧ୍ୟ ଉକ୍ତ କେନ୍ଦ୍ରରେ ଅଧାରୁ ଖାଦ୍ୟ ସରିଯିବାରୁ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ପରେ ବଡଗଡ ଥାନା ପୋଲିସ ଆସିବାରୁ ପରିସ୍ଥିତି ଆୟତ୍ତ ହୋଇଥିଲା। ସରକାରୀ ତଥ୍ୟ ଅନୁସାରେ ଏବେ କଟକର ବିଭିନ୍ନ ଆହାର କେନ୍ଦ୍ରରେ ଦୈନିକ ୩୦୨୦ ଏବଂ ଭୁବନେଶ୍ୱରରେ ୪୦୫୦ ମିଲ୍‌ ଦିଆଯିବାକୁ ନିର୍ଦ୍ଦେଶ ରହିଛି। ହେଲେ ବିଭିନ୍ନ ଆହାର କେନ୍ଦ୍ରରେ ନିର୍ଦ୍ଧାରିତ ସଂଖ୍ୟାଠାରୁ କମ୍‌ ପରିମାଣର ମିଲ୍‌ ଦିଆଯାଇ ରିହାତି ଟଙ୍କାକୁ ଖାଦ୍ୟ ଯୋଗାଣକାରୀ ସଂସ୍ଥା ଆତ୍ମସାତ୍‌ କରୁଥିବା ଅଭିଯୋଗ ହେଉଛି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ। ଏନେଇ ଟଚ୍‌ଷ୍ଟୋନ ଫାଉଣ୍ଡେଶନର ଅପରେଶନ ମ୍ୟାନେଜର ରବୀନ୍ଦ୍ର କୁମାର ଜେନା କହିଛନ୍ତି, ସ୍ଥିରୀକୃତ ବ୍ୟବସ୍ଥା ଅନୁସାରେ କଟକ ଓ ଭୁବନେଶ୍ୱରର ଆହାର କେନ୍ଦ୍ରକୁ ମିଲ୍‌ ପଠାଯାଉଛି। କମ୍‌ ସଂଖ୍ୟକ ମିଲ୍‌ ଯୋଗାଣ ନେଇ ହେଉଥିବା ଅଭିଯୋଗ ସମ୍ପର୍କରେ କୌଣସି ସୂଚନା ନ ଥିବା ସେ କହିଛନ୍ତି। ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ଯଦି କୌଣସି ଆହାର କେନ୍ଦ୍ରରେ ଧାର୍ଯ୍ୟ କରାଯାଇଥିବା ମିଲ୍‌ଠାରୁ କମ୍‌ ଦିଆଯାଉଥିବ, ତାହେଲେ ଏନେଇ ତଦନ୍ତ କରାଯିବ। ତଦନ୍ତରେ ଅନିୟମିତତା ହେଉଥିବା ନଜରକୁ ଆସିଲେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ଘଣ୍ଟା ଭିତରେ ପ୍ରବଳ ବର୍ଷିବ, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮।୯: ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପର ପ୍ରଭାବ । ଗତ ଦୁଇ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଆଜି ଟ୍ବିନ ସିଟିରେ...

ଆସନ୍ତା ୩୦ରେ ବନ୍ଦ ରହିବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮।୯: ଆସନ୍ତା ସୋମବାର ଅର୍ଥାତ୍‌ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ...

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଭାଜପାର ପରିବର୍ତ୍ତନ…

ଭୁବନେଶ୍ୱର,୨୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦...

ଗଛରେ ରଶି ଲଗାଇ  ଝୁଲିପଡିଲେ ଯୁବକ

ବାଲିଗୁଡ଼ା,୨୮।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ଗ୍ରାମରେ ଏକ ଅଭାବନିୟ ଘଟଣା ଘଟିଛି। ଜଣେ ୨୨ବର୍ଷର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍‌ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍‌ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ...

ଭରତପୁର ଘଟଣା: କାଲି ହେବ ମିଛ ସତର ପରୀକ୍ଷା, ଗୁଜୁରାଟ ଯିବେ….

ଭୁବନେଶ୍ୱର,୨୮।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ  ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଆଉ ୪ ପୋଲିସ ଅଧିକାରୀଙ୍କର ପଲିଗ୍ରାଫ...

ଲୋକସେବା ଭବନରେ କେତେଟା ରାତି ଯାଏ ରୁହନ୍ତି ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୮ା୯:ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଜିଲାପାଳ ଓ ଏସପି ସମ୍ମିଳନୀରେ...

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…

ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍‌ ସେବା ବନ୍ଦ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri