ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…

ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି ପରାଜୟ ବରଣ କରିବା ପରେ ଦଳୀୟ କର୍ମକର୍ତ୍ତାଙ୍କଠାରୁ ଆରମ୍ଭ କରି ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି। ବିଜେଡି କାହିଁକି ଏତେ ବଡ଼ ପରାଜୟ କଲା ସେନେଇ ନାନା କଥା ସାମ୍ନାକୁ ଆସୁଛି। ଏପରିକି ବିଜେଡିର ବରିଷ୍ଠ ନେତାମାନେ ମଧ୍ୟ ଜଣଙ୍କ ପରେ ଜଣେ ମୁହଁ ଖୋଲି ହାରିବାର କାରଣ କହୁଛନ୍ତି। ଆଉ କିଛି ନେତା ଚୁପ୍‌ ହୋଇ ହାରିବାର କାରଣ ଖୋଜୁଛନ୍ତି।

ଅନ୍ୟପକ୍ଷରେ ଏହି ହାରିବାକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି ବୌଦ୍ଧ ଜିଲା କଣ୍ଟାମାଳର ପୂର୍ବତନ ବିଧାୟକ ମହୀଧର ରଣା। ସେ କହିଛନ୍ତି, ଆମ ନିଜ ନିଜ ଭିତରେ ଆକ୍ରୋଶ ମନୋଭାବ ରହିଲା। ଯେଉଁଥିପାଇଁ ଦଳ ପରାଜିତ ହେଲା। ଏଥିସହିତ ନିର୍ବାଚନରେ ପଞ୍ଚାୟତ, ବ୍ଲକ ସଭାପତିଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଗଲାନାହିଁ। ଦାୟିତ୍ୱ ଓ ଗୁରୁତ୍ୱ ଦିଆ ନ ଯିବାରୁ ଦଳ ହାରିଗଲା। ସବୁଠୁ ବଡ଼ କାରଣ ହେଲା ଭାଜପା ତୁଳନାରେ ବିଜେଡିର ନିର୍ବାଚନୀ ଇସ୍ତାହାର ସେତେଟ ଆଖିଦୃଶିଆ ନ ଥିଲା। ଫଳରେ ଦଳକୁ ପରାଜୟ ଭୋଗିବାକୁ ପଡ଼ିଲା।

ସେହିପରି ପୂର୍ବରୁ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଦଳର ପରାଜୟ ଉପରେ ଖୋଲାଖୋଲି ନିଜ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ସେ କହିଥିଲେ, ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ନ ବୁଲିବା କାରଣରୁ ବିଜେଡିର ପରାଜୟବରଣ କରିଛି। ବିଜେଡିର ସବୁ ସ୍ଥାନରେ ଭୋଟ ଅଛି, କିନ୍ତୁ ନବୀନ ବୁଲିଲେନି। ନବୀନ ସମୟ ଦେଇ ନ ପାରିବାରୁ କିଛି ସ୍ଥାନରେ ସଂଗଠନ କ୍ଷତିଗ୍ରସ୍ତ ହେଲା। ସେ ଆଉଥରେ ବୁଲିଲେ ସଂଗଠନ ଫେରିଆସିବ ବୋଲି ଆଶା ରହିଛି।

ଏହାପୂର୍ବରୁ ବିଜେଡି ନେତା ପ୍ରଦୀପ ମାଝୀ ବିଜେଡି ପରାଜୟ ପାଇଁ ୩ କାରଣକୁ ଦାୟୀ କରିଥିଲେ। ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା, ଦଳ ମଧ୍ୟରେ ଥିବା ଅନ୍ତଃକନ୍ଦଳ। ଖରାପ ନିର୍ବାଚନ ପରିଚାଳନାକୁ ସେ ପରାଜୟର ମୁଖ୍ୟ କାରଣ ବୋଲି ସ୍ବୀକାର କରିଛନ୍ତି।

ସୂଚନାଯୋଗ୍ୟ,ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image