ପୂର୍ବତନ ସରପଞ୍ଚ, ଗ୍ରାମରକ୍ଷୀଙ୍କୁ ହତ୍ୟା କରି କୂୂଅରେ ଫିଙ୍ଗିଦେଲେ

ହାଟଡିହୀ,୧୪ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ମୟୂରନଚା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଉଭୟ ସ୍ତ୍ରୀ ଏବଂ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ରମ୍ଭାମଣି ପାତ୍ର (୪୦) ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ୨୦୧୭-୨୦୨୨ ପର୍ଯ୍ୟନ୍ତ ମହିଳା ସରପଞ୍ଚ ଭାବେ ଦାୟିତ୍ୱ ତୁଲାଇଥିଲେ। ନିରଞ୍ଜନ ପାତ୍ର (୪୫) ସୋସୋ ଥାନା ଅଧୀନରେ ଗ୍ରାମରକ୍ଷୀ ଭାବେ କାର୍ଯ୍ୟରତ ଥିଲେ। ହତ୍ୟା କରିବା ପରେ ଦମ୍ପତିଙ୍କ ମୃତଦେହକୁ ନିକଟସ୍ଥ ଏକ କୂଅ ଭିତରେ ଫିଙ୍ଗି ଦିଆଯାଇଛି। ନିରଞ୍ଜନଙ୍କ ପୁତୁରା ପ୍ରଭାତଙ୍କ ଅଭିଯୋଗ କ୍ରମେ ପୋଲିସ କେସ୍‌ ନଂ ୧୩୯/୨୩ରେ ଏକ ମାମଲା ରୁଜୁ କରିଛି। ଘଟଣା ସମ୍ପର୍କରେ ଖବର ପାଇ ବୁଧବାର ବିଳମ୍ବିତ ରାତିରେ ସୋସୋ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରି ଘଟଣା କାହିଁକି ଏବଂ କେଉଁ ପରିସ୍ଥିତିରେ ଘଟିଲା ତାହା ଜଣାପଡ଼ିନାହିଁ। ଅପରପକ୍ଷେ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଏପରି ହତ୍ୟାକାଣ୍ଡ ଘଟିଥିବା ଆଲୋଚନା ହେଉଛି। ଏସ୍‌ଆଇ ସୁଧୀର ରାଉତରାୟ କହିଛନ୍ତି, ବୁଧବାର ବିଳମ୍ବିତ ରାତିରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଏବଂ ଏକ ମାମଲା ମଧ୍ୟ ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍‌ ବ୍ୟବସ୍ଥା ପାଇଁ…

ଭୁବନେଶ୍ୱର, ୨୨ା୧୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri