Posted inଖେଳ

ଶେଷ ଟେଷ୍ଟ ଖେଳିବା ପୂର୍ବରୁ ଝିଅମାନେ କଲେ ଏମିତି କାମ, ଆଣ୍ଡରସନ୍‌ ହେଲେ ଭାବପ୍ରବଣ

ନୂଆଦିଲ୍ଲୀ,୧୧।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଲର୍ଡସ ଟେଷ୍ଟ ପରେ ଇଂଲଣ୍ଡର ମହାନ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ବିଦାୟ ନେବେ। ତିନି ମ୍ୟାଚ ବିଶିଷ୍ଟ ସିରିଜ ପୂର୍ବରୁ ମଧ୍ୟ ସେ ଅବସର ଘୋଷଣା କରିଥିଲେ। ଜୁଲାଇ ୧୦ରେ ଲର୍ଡସଠାରେ ଆରମ୍ଭ ହୋଇଥିବା ଟେଷ୍ଟ ମ୍ୟାଚ ହେଉଛି ଏହି ମହାନ ଦ୍ରୁତ ବୋଲରଙ୍କ କ୍ୟାରିୟରର ଶେଷ ମ୍ୟାଚ। ମ୍ୟାଚ ଆରମ୍ଭ ପୂର୍ବରୁ ମଧ୍ୟ ଏପରି କିଛି ଘଟିଥିଲା ଯାହା ଜେମ୍ସ ଆଣ୍ଡରସନଙ୍କୁ ଭାବପ୍ରବଣ କରିଥିଲା। ତାଙ୍କର ଶେଷ ମ୍ୟାଚରେ ପରିବାର ଷ୍ଟାଡିୟମରେ ଉପସ୍ଥିତ ଥିଲେ ଏବଂ ଝିଅମାନେ ଘଣ୍ଟି ବଜାଇ ମ୍ୟାଚ୍‌ ଆରମ୍ଭ ଆରମ୍ଭ କରିବାର ପରମ୍ପରାକୁ କରିଥିଲେ। ଲର୍ଡସରେ ୱେଷ୍ଟଇଣ୍ଡିଜ ବିପକ୍ଷ କ୍ୟାରିୟରର ଶେଷ ଟେଷ୍ଟ ମ୍ୟାଚ ଖେଳିବାକୁ ଆସିଥିବା ଜେମ୍ସ ଆଣ୍ଡରସନ ପ୍ରଥମ ଇନିଂସରେ ଗୋଟିଏ ଉଇକେଟ ନେଇଥିଲେ।
୧୮୭ଟି ଟେଷ୍ଟ ଖେଳିଥିବା ଜେମ୍ସ ଆଣ୍ଡରସନ ୱେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କର ଶେଷ ମ୍ୟାଚ ଖେଳିବାକୁ ଆସିଥିଲେ। ଏହି ସମୟରେ ତାଙ୍କ ୨ ଝିଅ ଲୋଲା ଆଣ୍ଡରସନ ଏବଂ ରୁବି ଆଣ୍ଡରସନ ଏହି ଘଣ୍ଟି ବଜାଇଥିଲେ। ପଡ଼ିଆରେ ଦଳ ସହିତ ଉପସ୍ଥିତ ଦ୍ରୁତ ବୋଲରମାନେ ଏହା ଦେଖିବା ପରେ ଅତ୍ୟନ୍ତ ଭାବପ୍ରବଣ ହୋଇଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଲର୍ଡସଠାରେ ପ୍ରତ୍ୟେକ ଟେଷ୍ଟ ମ୍ୟାଚ ଆରମ୍ଭ ପୂର୍ବରୁ ଘଣ୍ଟି ବଜାଇବାର ଏକ ପରମ୍ପରା ଅଛି। କେବଳ ଏକ ବିଶେଷ ଅତିଥି ଏହି ଘଣ୍ଟି ବଜାନ୍ତି। ତାଙ୍କ ଶେଷ ମ୍ୟାଚରେ ଘଣ୍ଟି ବଜାଇବା ପାଇଁ ଜେମ୍ସ ଆଣ୍ଡରସନଙ୍କ ପରିବାରକୁ ଡକାଯାଇଥିଲା।

The girls did the same thing before playing the final test, Anderson was emotional

 


Enter your email to get our daily news in your inbox.

All Right Reserved By Dharitri.Com

‘ସଂସଦ ସର୍ବୋଚ୍ଚ, ଏହା ଉପରେ କେହି ନୁହଁନ୍ତି’: ପୁଣି ସୁପ୍ରିମକୋର୍ଟକୁ ଟାର୍ଗେଟ୍‌ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୪: ଉପରାଷ୍ଟ୍ରପତି ଜଗଦୀପ ଧନଖର ପୁଣି ଥରେ ଭାରତର ସମ୍ବିଧାନରେ ନିର୍ଦ୍ଦିଷ୍ଟ ଶାସନ ଢାଞ୍ଚାରେ ନ୍ୟାୟପାଳିକାର ଭୂମିକା ଏବଂ ସୀମା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ...

ଗଞ୍ଜାମ ପୁଲିସରର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image