କଟକ ଅଫିସ,୨୩।୮। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି। ସେ ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସର୍ବୋଚ୍ଚ କୋର୍ଟରେ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ ଡକ୍ୟୁମେଣ୍ଟ ଦେଇଥିବା ସେ ଅଭିଯୋଗ କରିଛନ୍ତି।
ପାଣିଗ୍ରାହୀଙ୍କ ବିରୋଧରେ ଲୋକାୟୁକ୍ତ ଦେଇଥିବା ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରି ଦେଇଥିଲେ। ତା’ ସହିତ ନିଜ ଏଜେନ୍ସି ଦ୍ୱାରା ତଦନ୍ତ କରିବାକୁ ଲୋକାୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ହାଇକୋର୍ଟଙ୍କ ଏହି ରାୟ ବିରୋଧରେ ଲୋକାୟୁକ୍ତ ସୁପ୍ରିମକୋର୍ଟ ଯାଇଥିଲେ। ଏଥିପାଇଁ ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ ଡକ୍ୟୁମେଣ୍ଟ ଦେଇଥିବା ବିଧାୟକ ପାଣିଗ୍ରାହୀ ଅଭିଯୋଗ କରିଛନ୍ତି। ତାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ଲଢୁଛନ୍ତି ।