କଲଭର୍ଟ ଭୁଶୁଡ଼ି ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ସରକାର

ଭୁବନେଶ୍ୱର,୩୧ା୭(ଅସମାପିକା ସାହୁ): ସୋମବାର ସକାଳେ ରାୟଗଡ଼ା ଜିଲା କଲ୍ୟାଣସିଂପୁରରେ ଏକ ନିର୍ମାଣାଧୀନ କଲଭର୍ଟ ଭାଙ୍ଗି ଯିବାରୁ ୪ ଜଣ ଶିଶୁଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Share