ସ୍ପଷ୍ଟ କଲେ ସରକାର: ଦ୍ଵିତୀୟ ପର୍ଯ୍ୟାୟ ପୂର୍ବରୁ ଏକ ଟଙ୍କା ପଠାଯାଇ ନାହିଁ

ଭୁବନେଶ୍ୱର,୭।୧୦: ଅକ୍ଟୋବର ୯ ତାରିଖରେ ବା ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ ପୂର୍ବରୁ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ସରକାର। ସୋମବାର ଦିନ ତମାମ ଖବର ଚାଲିଥିଲା ଯେ, ଯେଉଁ ହିତାଧିକାରୀମାନଙ୍କୁ ଖାତାକୁ ଦ୍ୱିତୀୟ ପର୍ଯ୍ୟାୟରେ ଟଙ୍କା ଆସିବ ସେମାନଙ୍କ ଖଟକୁ ସରକାର ଏକ ଟଙ୍କା ପଠାଇଛନ୍ତି।

ତେବେ ସନ୍ଧ୍ୟାରେ ସରକାରଙ୍କ ପକ୍ଷରୁ ଏହି ଖବରକୁ ଖଣ୍ଡନ କରାଯାଇଛି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ। ସୋସିଆଲ ମିଡିଆରେ ଚାଲୁଥିବା ଏହି ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଉଛି।

ସୂଚନା ମୁତାବକ ଆସନ୍ତା ଅକ୍ଟୋବର ୯ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ।

ଅନ୍ୟପଟେ ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଟଙ୍କା ପାଇଁ କୋଟିଏ ମହିଳା କଲେଣି ଆବେଦନ

ଭୁବନେଶ୍ୱର,୭।୧୦: ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ...

୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ

ମୟୁରଭଞ୍ଜ,୭।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ କରିବାକୁ ପ୍ରସ୍ତୁତ ହେଉଥିଲା ବେଳେ ଆସନ୍ତା ପର୍ଯ୍ୟଟନ ଋତୁ ୨୦୨୪-୨୫ ପାଇଁ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି...

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବୋମା: ବଳଦ ମୁହଁରେ ଫୁଟିଲା…

କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବୋମା ବଳଦ ମୁହିଁରେ ଫୁଟି ଯିବାରୁ ସେ ଗୁରୁତର ହୋଇଛି। ଏଭଳି ଏକ ଘଟଣା...

ଗାଁ ସଭାପତିଙ୍କ ଗଳା କାଟି ଫେରାର ମାରୁଥିଲେ ଅଭିଯୁକ୍ତ, ବାଟରେ ଗାଡ଼ି ଧକ୍କା ହେବାରୁ …

ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ...

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ସରକାର ପରିବର୍ତ୍ତନ ପରେ ନୂତନ ସରକାର ଅନେକ ନୂଆ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ...

କାଲିଠୁ ୟୁନିଫର୍ମ ପିନ୍ଧି ପାରିବି ନାହିଁ ଏମିତି କହି ଭାବବିହ୍ବଳ ହେଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୭ା୧୦: କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ଶୁଣିଲେ ଦୁଃଖ ଲାଗୁଛି। ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନ ଥିଲି। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ...

ନଭେମ୍ବର ୨୯ରୁ ଆରମ୍ଭ ହେବ ଲୋକକଳାର ମହାକୁମ୍ଭ ‘ନୃତ୍ୟ ସଙ୍ଗମ’

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଅନୁଷ୍ଠାନ ପ୍ରତିଭା ଅନୁଷ୍ଠାନ ପକ୍ଷରୁ ‘ନୃତ୍ୟ ସଂଗମ’-୨୦୨୪ ପାଇଁ ସୋମବାର ଭବାନୀପାଟଣାସ୍ଥିତ ଏକ ହୋଟେଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri