ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ବଢ଼ାଇଲେ ସରକାର

ଭୁବନେଶ୍ୱର,୨ା୮(ଅସମାପିକା ସାହୁ): ଓଡ଼ିଶା ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକମାନଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସେହିପରି ସ୍ବାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର।

ସୂଚନାଯୋଗ୍ୟ, ୨୦୧୭ ମେ’ ପହିଲାରୁ ଆରମ୍ଭ ହୋଇଥିବା ଏହି ବୋର୍ଡ ଜରିଆରେ ବର୍ତ୍ତମାନ ୧୦ଟି ବର୍ଗର ପ୍ରାୟ ୩.୬୫ ଲକ୍ଷ ପଞ୍ଜୀକୃତ ଶ୍ରମିକ ସୁବିଧା ପାଉଛନ୍ତି। ଏବେ ଆଉ ୫୦ ବର୍ଗର ଅଣସଂଗଠିତ ଶ୍ରମିକ ଏହି ଯୋଜନାରେ ବେଶ୍‌ ଉପକୃତ ହେବେ।

Share