ଭୁବନେଶ୍ୱର,୧୮।୪(ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ତେବେ ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି। ପୂର୍ବଭଳି କଲେଜ ଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ।
ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ ୨୦ ପ୍ରତିଶତ ସିଟ୍ରେ ସୀମିତ ରଖିବା ନେଇ କୁଳାଧିପତିଙ୍କ ସଚିବାଳୟରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ହେଲେ ଏହା ଘରୋଇ ଶିକ୍ଷାନୁଷ୍ଠାନଙ୍କ ସ୍ବାର୍ଥ୍ୟକୁ ଦୃଷ୍ଟିରେ ରଖି ଏଭଳି କରାଯାଇଥିବା ଅଭିଯୋଗ ହୋଇଥିଲା। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଥିଲା।