୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୋମବାର ରାଜ୍ୟର ୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି। ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟଙ୍କ ନାଁ ରହିଛି। ସେହିପରି ଫକୀର ମୋହନ ବିଶ୍ୱବିଦ୍ୟାଳୟ ପାଇଁ ଦୀନବନ୍ଧୁ ସାହୁ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପାଇଁ ଏନ. ନାଗରାଜୁ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପାଇଁ କିଶୋର ବାସା ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ପାଇଁ ପ୍ରଫୁଲ୍ଲ ମହାନ୍ତିଙ୍କୁ କୁଳପତି ଭାବେ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି।

Share