ରାତିସାରା ମହାପ୍ରଭୁ ଅନିଦ୍ରା! ସେବାୟତଙ୍କ ମଧ୍ୟରେ ଝଗଡା,ନୀତି ବିଳମ୍ବ

ପୁରୀ,୫।୨(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହୁଡ ନୀତି ଅନୁଷ୍ଠିତ ହୋଇନାହିଁ। ଫଳରେ ଶ୍ରୀବିଗ୍ରହମାନେ ସାରା ରାତି ଅନିଦ୍ରା ରହିଛନ୍ତି। ସିଂହାରୀ ସେବାୟତ ଓ ସୁଆର ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ମହାପ୍ରଭୁଙ୍କ ପହୁଡ ନୀତି ହୋଇ ନ ଥିବା ସୂଚନା ମିଳିଛି। ଅପର ପକ୍ଷରେ ରବିବାର ପ୍ରଥମ ଭୋଗମଣ୍ଡପ ବାହାରିବା ପରେ ଭକ୍ତମାନେ ମହାପ୍ରସାଦ ପାଇଥିବାବେଳେ ଦ୍ୱିତୀୟ ଭୋଗମଣ୍ଡପରେ ଭକ୍ତମାନେ ମହାପ୍ରସାଦ ପାଇବାରୁ ବଞ୍ଚିତ ହୋଇଛନ୍ତି। ରବିବାର ପ୍ରାୟ ୪.୩୫ମିନିଟ ସମୟରେ ଭିତରକାଠ ନିକଟରେ ରକ୍ତଛିଟା ପଡିଥିବାରୁ ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ହୋଇଥିଲା। ପ୍ରାୟ ରାତି ୮.୧୦ରେ ମହାସ୍ନାନ ପୂଜା ଶେଷ ହୋଇଥିବା ବେଳେ ପ୍ରାୟ ୩ ଘଣ୍ଟା ପରେ ଅର୍ଥାତ ରାତି ୧୧.୨୪ରେ ଦ୍ୱିତୀୟ ଭୋଗମଣ୍ଡପ ପୂଜା ବସି ୧୧.୩୦ରେ ଦ୍ୱିତୀୟ ଭୋଗମଣ୍ଡପ ପୂଜା ଶେଷ ହେଲା। ଅର୍ଥାତ ରାତି ୧୧.୩୦ରେ ଦ୍ୱିତୀୟ ଭୋଗମଣ୍ଡପରେ ମହାପ୍ରସାଦ ବାହାରିଥିଲା। ବିଳମ୍ବିତ ରାତି କାରଣରୁ ଭକ୍ତମାନେ ବରାଦ ଦେଇଥିବା ମହାପ୍ରସାଦ ପାଇବାରୁ ବଞ୍ଚିତ ହୋଇଥିଲେ। ପରେ ରାତି ୨.୦୮ରେ ସନ୍ଧ୍ୟାଧୂପ ପୂଜା ଶେଷ ହୋଇ ରାତି ୩.୦୮ରେ ଚନ୍ଦନଲାଗି ବେଶ ପରେ ଭୋର ୪.୧୨ରେ ବଡସିଂହାର ବେଶ ସମ୍ପଣର୍‌ନ ହୋଇ ନୀତି ବନ୍ଦ ରହିଲା। ତେବେ ମହାସ୍ନାନ ପୂଜା ପରେ ପ୍ରାୟ ତିନିଘଣ୍ଟା ଧରି ସିଂହାରୀ ଓ ସୁଆର ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଦ୍ୱିତୀୟ ଭୋଗମଣ୍ଡପ ପୂଜା ବିଳମ୍ବରେ ଅନୁଷ୍ଠିତ ହେବାରୁ ମହାପ୍ରସାଦ ପାଇବାରୁ ଅନେକ ଭକ୍ତ ବଞ୍ଚିତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri