ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଉଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନର ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ବଢିିବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ସେହିପରି ତାପମାତ୍ରା ବୃଦ୍ଧି ସହ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ଗୁଳୁଗୁଳି ସମ୍ଭାବନା ଅଛି।