ଭୁସ୍ଖଳନ ଆଶଙ୍କାରେ ପାହାଡ଼ ରାସ୍ତା ସିଲ୍‌

ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରୀପଦର ଗ୍ରାମରେ ପୁଣି ଭୂସ୍ଖଳନ ହେବା ଆଶଙ୍କା କରି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗାଁଠାରୁ ପାହାଡ଼ ରାସ୍ତାକୁ ସିଲ୍‌ କରିଦିଆଯାଇଛି। ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। ଏବେ ଲଘୁଚାପ ଜନିତ ବର୍ଷା ଚାଲିଛି। ତେବେ ଅଞ୍ଚଳରେ ସେମିତି କିଛି ବଡ଼ ଧରଣର ବର୍ଷା ହେଉ ନ ଥିବା ବେଳେ ପ୍ରତିଦିନ ଝିପି ଝିପି ବର୍ଷା ହେଉଛି। କିନ୍ତୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ବଡ଼ ବର୍ଷା ହେବା ଆଶଙ୍କା କରାଯାଇଛ। ଫଳରେ କୁମ୍ଭାରିପଦର ଗ୍ରାମବାସୀଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି। ଏହିକ୍ରମରେ ବୁଧବାର ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର ପ୍ରମୁଖ କୁମ୍ଭାରିପଦର ଗ୍ରାମରେ ପହଞ୍ଚି ଆଲୋଚନା କରିବା ସହ ପୂର୍ବରୁ ବାରମ୍ବାର ଭୂସ୍ଖଳନ ହୋଇଥିବା ପାହାଡ଼ ଉପରକୁ ଯିବାକୁ ଗ୍ରାମବାସୀଙ୍କୁ ବାରଣ କରାଯାଇଥିଲା ଲୋକଙ୍କ ସେଠାରେ ଚାଷଜମି ରହିଥିବା ବେଳେ ଯେଉଁ ସବୁ ଅଞ୍ଚଳରେ ଲୋକଙ୍କ ଜୀବନଜୀବିକା ରହିଛି। ସେହି ଅଞ୍ଚଳରେ ବାରମ୍ବାର ଭୂସ୍ଖଳନ ହୋଇଆସୁଛି। ଗତ ବର୍ଷ ଟେକ୍ନିକାଲ ଟିମ୍‌ ଆସି ଉକ୍ତ ସ୍ଥାନରୁ ମାଟି ବାଲି, ପଥର ପରୀକ୍ଷା କରିବା ପରେ ସେହି ସ୍ଥାନ ଲୋକଙ୍କ ପାଇଁ ବିପଦ ରହିଥିବା ଓ ପାହାଡ଼ ତଳେ ଜଳସ୍ତର ପ୍ରଭାହିତ ହେଉଥିବା ପ୍ରକାଶ କରିବା ପରେ ସେହିସ୍ଥାନକୁ ଯିବାକୁ ଲୋକଙ୍କୁ ବାରଣ କରାଯାଉଛି। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ପକ୍ଷରୁ କୁମ୍ଭାରିପଦର ଗ୍ରାମବାସୀଙ୍କୁ ସେଠାରୁ ଅନ୍ୟତ୍ର ଥଇଥାନ ପାଇଁ ଜମି ଚି଼ହ୍ନଟ କରାଯାଇ ସ୍ବତନ୍ତ୍ର ନୂତନ ଗୃହ ନିର୍ମାଣର ବ୍ୟବସ୍ଥା କରାଯାଉଛି। ତେବେ କିଛି ପରିବାର ସରକାରଙ୍କ ଏହି ଘୋଷିଣାକୁ ସ୍ବାଗତ କରିବା ସହ ଆଉ କିଛି ଅନିଚ୍ଛା ପ୍ରକାଶ କରି ଗୃହ ନିର୍ମାଣକୁ ଅନ୍ୟ କିଛି ସର୍ତ୍ତ ରଖି ଥିବାରୁ ଲୋକଙ୍କୁ ଅନ୍ୟତ୍ର ଥଇଥାନ କରିବା ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି। ଏନେଇ ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର ପ୍ରମୁଖ ଲୋକଙ୍କୁ ବୁଝାଶୁଝା କରିଥିଲେ ସୁଦ୍ଧା ସଫଳ ମିଳି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri