ଖୋଲିଲା ହୀରାକୁଦ ଗେଟ୍‌

ସମ୍ବଲପୁର,୨୮।୭: ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ୭ନଂ ସ୍ଲୁଇସ ଗେଟ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ରବିବାର ଜଳଭଣ୍ଡାରରୁ ସ୍ଲୁଇସ ଗେଟ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ ଗତ ଦୁଇଦିନ ହେଲା ମହାନଦୀ ଅବବାହିକାରେ ବସବାସ କରୁଥିବା ଅଧିବାସୀଙ୍କୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସତର୍କ ରହିବାକୁ ସୂଚନା ଦିଆଯାଉଛି।

ମୁଖ୍ୟଯନ୍ତ୍ରୀ ମହାନଦୀ ବେସିନ ଇଂ. ସୁଶୀଳ କୁମାର ବେହେରା କହିଛନ୍ତି, ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧିପାଇଛି। ରୁଲ୍କର୍ଭ ନିୟମ ଅନୁସାରେ ଜୁଲାଇ ଶେଷ ସୁଦ୍ଧା ଜଳଭଣ୍ଡାରରେ ଜଳସ୍ତର ୬୦୫ ଫୁଟ୍ରୁ ପ୍ରାୟ ୧୦ ଫୁଟ ଅଧିକ ରହିଥିବାରୁ ରବିବାର ସକାଳ ୯ଟାରେ ସ୍ଲୁଇସ ଗେଟ ଖୋଲାଯାଇ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯିବ। ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଓ ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁ ସ୍ଲୁଇସ ଗେଟ ଖୋଲିବା ପ୍ରକ୍ରିୟାର ଶୁଭାରମ୍ଭ କରିବେ ବୋଲି ସେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶକୁ ଅନୁଧ୍ୟାନକରି ଗେଟ ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ। ତେବେ ବର୍ତ୍ତମାନ ସ୍ଥିତିରେ ୧୦ରୁ ୧୨ଟି ଗେଟ ଖୋଲାଯିବ।
ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଜଳସ୍ତର ୬୦୫ ଅତିକ୍ରମ କଲେ ସ୍ଲୁଇସ ଗେଟ ମାଧ୍ୟମରେ ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ଉପରମୁଣ୍ଡରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬.୯୩ ମିଲିମିଟର ଓ ତଳମୁଣ୍ଡରେ ୨୨.୨୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଶନିବାର ରାତି ସାଢ଼େ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୧୫.୨୯ଫୁଟ ରହିଛି। ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୪ହଜାର ୧୧୨ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ବିଭିନ୍ନ କେନାଲ ମାଧ୍ୟମରେ ୩୯ ହଜାର ୫୧୨ ଘନଫୁଟ ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା 

ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ...

ଚାଲିଥିଲା ବାହାଘର ପ୍ରସେଶନ: ହଠାତ କାଟିପକାଇଲେ ଯୁବକଙ୍କ ପାପୁଲି

ବେଗୁନିଆପଡା,୨୧।୪(ସୁଶାନ୍ତ ପଟ୍ଟନାୟକ): ବାହାଘର ପ୍ରସେଶନ ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଆକ୍ରମଣରେ ଯୁବକଙ୍କ ହାତ ପାପୁଲି ଛିଣ୍ଡ ଯାଇଥିବା ଜଣାପଡ଼ିଛି। ଏଭଳି ଘଟଣା ଘଟିଛି ଗଞ୍ଜାମ...

ମନ୍ଦିର ଯାଇ ଦୀପରୁ ଦୀପ ଲଗାଉଛନ୍ତି କି? ଜାଣନ୍ତୁ ଏପରି କରିବା କାହିଁକି ଭୁଲ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ...

ଅସମ୍ଭାଳ ତାତି, ଜନ ଜୀବନ ଅସ୍ତବ୍ୟସ୍ତ

ଧରାକୋଟ,୨୧ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଅଞ୍ଚଳରେ ୪ ଦିନ ଧରି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲେଣି। ୧୦ଟା ପରେ ବାହାରକୁ ବାହାରିବା...

ପୋଲିସର ସ୍ପେଶାଲ ଡ୍ରାଇଭ୍‌: ୨୬ ନାବାଳିକାଙ୍କୁ ଉଦ୍ଧାର

ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ): ସାରା ରାଜ୍ୟରେ ଶିଶୁ ଅପହରଣ ଓ ନିଖୋଜ ନେଇ ଚହଳ ପଡିଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ନିଖୋଜ ଶିଶୁଙ୍କୁ ଠାବ କରି...

ହର୍ଷ ଭୋଗଲେ, ସାଇମନ ଡୌଲଙ୍କୁ ରେଡ୍-ଫ୍ଲାଗ୍, BCCIକୁ ଚିଠି ଲେଖିଲା ବୋର୍ଡ: ରିପୋର୍ଟ

ନୂଆଦିଲ୍ଲୀ,୨୧।୪: ଅନେକ ଇଣ୍ଡିଆନ ପ୍ରିମିଅର ଲିଗ୍ (ଆଇପିଏଲ) ଦଳର ଅଧିନାୟକ ଏବଂ କୋଚମାନଙ୍କଠାରୁ ଘରୋଇ ପିଚ୍ କ୍ୟୁରେଟରଙ୍କ ବିରୁଦ୍ଧରେ ଅଭିଯୋଗ ଆସିବା ପରେ, କ୍ରିକେଟ ଆସୋସିଏସନ...

୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ

ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ...

ବିଜେଡିକୁ ନେଇ ବଡ଼ କଥା କହିଦେଲେ ଅମର: ପୁରା ରାଜନୀତିରେ ହଇଚଇ

ଭୁବନେଶ୍ୱର,୨୧।୪: ବିଜେଡି କନ୍ଦଳକୁ ନେଇ ବରିଷ୍ଠ ନେତା ଅମର ଶତପଥୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଜେଡିରେ ଯାହା ଚାଲିଛି ଠିକ ଚାଲିନି, ମୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image