ଭୋଜିଭାତରେ ମାତିଲେ ଡାକ୍ତରଖାନା କର୍ମଚାରୀ

ସାରସକଣା, ୫ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶୀର୍ଷାସ୍ଥିତ ସାରସକଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ରୋଗୀ ସେବା ଛାଡ଼ି ଭୋଜିଭାତରେ ମାତିବା ଓ ଉପଯୁକ୍ତ ଚିକିତ୍ସା ନ ପାଇ ରୋଗୀ ଛଟପଟ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତଦନ୍ତ ହେବ ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ରୂପଭାନୁ ମିଶ୍ର କହିଛନ୍ତି।

ସ୍ବାସ୍ଥ୍ୟକେନ୍ଦ୍ରର ଦୁଇଜଣ ନର୍ସଙ୍କୁ ଛାଡ଼ି ଡାକ୍ତରଙ୍କ ସମେତ ଅନ୍ୟ ସମସ୍ତ କର୍ମଚାରୀ ବୁଧବାର ମେରୁମଠ ଅଞ୍ଚଳକୁ ଭୋଜି କରିବାକୁ ଯାଇଥିଲେ। ଏହି ସମୟରେ ସ୍ଥାନୀୟ ଅଞ୍ଚଳର ବିନୁମଣି ମୁଣ୍ଡା ନାମକ ଜଣେ ମହିଳା ଖଟରୁ ପଡ଼ି ଆହତ ଅବସ୍ଥାରେ ଡାକ୍ତରଖାନା ଆସିଥିଲେ। ଡାକ୍ତର ନ ଥିବାରୁ ଡ୍ୟୁଟିରେ ଥିବା ନର୍ସ ତାଙ୍କୁ ଇଞ୍ଜେକ୍ସନ ଦେବା ସହ କ୍ଷତ ସ୍ଥାନ ସିଲେଇ କରିଥିଲେ। ରୋଗୀଙ୍କ ବାପା ଈଶ୍ୱର ନାୟକ ଡାକ୍ତର କୁଆଡ଼େ ଯାଇଛନ୍ତି ବୋଲି ପଚାରିବାରୁ ମିଟିଂ ଯାଇଛନ୍ତି ବୋଲି ନର୍ସ ଦ୍ୱୟ କହିଥିଲେ। ପରେ ଏହି ଘଟଣା ପ୍ରଚାରିତ ହେବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଗଣମାଧ୍ୟମ ପ୍ରତିନିଧିମାନେ ପହଞ୍ଚତ୍ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଫୋନ ଯୋଗେ ଜଣାଇଥିଲେ। ଅପରାହ୍ନ ୪.୧୫ରେ ଡାକ୍ତରଖାନା କର୍ମଚାରୀ ଭୋଜି ସାରି ଫେରିବା ସହ ଡାକ୍ତର ରୋଗୀଙ୍କ ଚିକିତ୍ସା କରିଥିବା ଦେଖିବାକୁ ମିଳିଥିଲା।

ସଂକ୍ରାନ୍ତରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରିଣୀ ଆସ୍ଥା ମହାନ୍ତଙ୍କୁ ପଚାରିବାରୁ ଫିଲ୍ଡକୁ ଯାଇଥିଲି। ପାକଟିଆରୁ ସାରସକଣା ହୋଇ ଫେରୁଛି ଏବଂ ଫିଲ୍ଡ ଷ୍ଟାଫମାନେ ପିକ୍‌ନିକ୍‌ ଯାଇଥିଲେ ବୋଲି ପ୍ରକାଶ କରିଥିଲେ। ତେବେ ଡାକ୍ତରଖାନା କର୍ମଚାରୀମାନେ ରୋଗୀସେବା ଛାଡ଼ି ସରକାରୀ ଗାଡ଼ିରେ ଭୋଜି ଖାଇବାକୁ ଯିବା ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri