୨୬ରୁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର,୨୧।୭: ଆସନ୍ତା ୨୬ ତାରିଖରୁ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ହଷ୍ଟେଲ ଖୋଲିବ । ଏନେଇ ଅତିରିକ୍ତ ସଚିବ ଡା. ପ୍ରତାପ କୁମାର ମିଶ୍ର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଏବଂ ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତିଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି ।

ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ, ଘରୋଇ ସଂସ୍ଥା ଦ୍ୱାରା ପରିଚାଳିତ ଇଂଲିଶ ମିଡିୟମ ସ୍କୁଲ, ଗଣଶିକ୍ଷା, ଏସ୍‌ଟି/ଏସ୍‌ସି ଓ ପଛୁଆ ବର୍ଗ ପରିଚାଳିତ ହଷ୍ଟେଲ ଖୋଲିବ । ହଷ୍ଟେଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ନିଦ୍ଧିଷ୍ଟ ବ୍ୟବଧାନରେ ମେସ ଓ ଶୌଚାଳୟ ବିଶୋଧନ କରାଯିବ। ଏପରି କି ହଷ୍ଟେଲରେ ଆଇସୋଲେଶନ କେନ୍ଦ୍ର ଖୋଲିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ହଷ୍ଟେଲ ପରିସରରେ ଗହଳିକୁ ବାରଣ କରାଯାଇଛି। ଏଥିପ୍ରତି ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ନଜର ରଖିବାକୁ ପରାମର୍ଶ ଦିଆଯାଇଛି ।

Share