ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସ୍ବାମୀ।

କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଘଟିଛି ଏପରି ବୀଭତ୍ସ ହତ୍ୟାକାଣ୍ଡ। ସ୍ବାମୀ ଚନ୍ଦ୍ରକାନ୍ତ ବେହେରଦଳାଇ(୪୫) ସ୍ତ୍ରୀ ମଧୁମତି ବେହେରଦଳାଇଙ୍କୁ ଛୁରିରେ ଗଳା କାଟି ନିର୍ମମ ଭାବେ ହତ୍ୟା କରଛନ୍ତି। ଗତଶନିବାର ସନ୍ଧ୍ୟା ୫ଟାରେ ମଧୁମତିଙ୍କୁ ଚନ୍ଦ୍ରକାନ୍ତ ମଦ ପିଇବା ପାଇଁ ଟଙ୍କା ମାଗିଥିଲେ। ତେବେ ସ୍ତ୍ରୀ ନ ଦେବା ପରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ମଦ୍ୟପ ସ୍ବାମୀ ପ୍ରଥମେ ବାହାର କବାଟ ଭିତର ପଟୁ ଗେଡ଼ା ଦେଇ ସ୍ତ୍ରୀକୁ ଧରି ନିର୍ମମ ଭାବେ ଗଳା କାଟି ହତ୍ୟା କରିଥିଲା। ତେବେ ମୃତ ମଧୁମତିଙ୍କ ପୁଅ ସିକୁନ ବେହେରଦଳାଇ ଘରକୁ ଆସି କବାଟ ଖୋଲିବାକୁ ଚେଷ୍ଟା କରି ନ ପାରିବାରୁ ପଛପଟୁ ଘର ଭିତରକୁ ଯାଇ ଦେଖିଲା ବେଳକୁ ମା’ ରକ୍ତ ଜୁଡୁବୁଡୁ ହୋଇ ତଳେ ପଡ଼ିଛି। ଏହାପରେ ସିକୁନ ପୋଲିସକୁ ଖବର ଦେଇଥିଲେ। ତୁମୁଡ଼ିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନା ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛନ୍ତି। ତେବେ ମୃତଦେହ ଏବେ ବି ଘର ଭିତରେ ରହିଥିବାବେଳେ ବଲାଙ୍ଗୀର ଓ ଭବାନୀପାଟଣାର ସାଇଣ୍ଟିଫିକ୍‌ ଓ ଡଗ୍‌ ସ୍କ୍ବାଡ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିବା ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ତୁମୁଡ଼ିବନ୍ଧ ଥାନାରେ ୧୪୧/୨୪ରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ନିଆଯିବ ବୋଲି ଥାନା ଅଧିକାରୀ ଆଶୁତୋଷ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬...

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର...

ଉତ୍କଳ ଦିବସରେ ରକ୍ତଦାନ ଶିବିର

ଦିଗପହଣ୍ଡି,୧।୪ (ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ  ଗଣିଆନାଳ ଛକର ମା’ ପିତାମ୍ୱରୀ ବଣିକ ସଂଘ...

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକଉତ୍ସବ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image