ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ ଆଗରେ ବ୍ଲେଡରେ କାଟି ଦେଇଥିଲେ। ଫଳରେ ସେ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତ ମହିଳାଙ୍କୁ ପ୍ରଥମେ କାଲିମେଳା ପରେ ମାଲକାନଗିରି ଜିଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଛି ତାହା ଜଣାପଡ଼ିନାହିଁ। ମୋନିକାଙ୍କ ସମ୍ପର୍କୀୟ ଏ ନେଇ କାଲିମେଳା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ପରେ ନଂ.୨୨୩/୨୪ରେ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ମୋନିକାଙ୍କ ବୟାନ ରେକର୍ଡ ପରେ ଆକ୍ରମଣର ପ୍ରକୃତ କାରଣ ଜଣାପଡ଼ିବ। ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡି ସୂଚନା ଦେଇଛନ୍ତି l
ସୂଚନା ଅନୁଯାୟୀ, ଏମ୍‌ପିଭି ୨୩ ଗ୍ରାମର ଗଣେଶ ମିସ୍ତ୍ରିଙ୍କ ଝିଅ ମୋନିକାଙ୍କୁ ଏମ୍‌ଭି ୬୬ ଗ୍ରାମର ମିଲନ ମିର୍ଦ୍ଧାଙ୍କ ପୁଅ ବିଭାସ ୧୨ ବର୍ଷ ପୂର୍ବେ ବିବାହ କରିଥିଲେ। ତାଙ୍କର ୧୦ ବର୍ଷର ପୁଅ ଏବଂ ୪ ବର୍ଷର ଝିଅ ଅଛନ୍ତି l ବିବାହର କିଛିଦିନ ପରେ ମୋନିକାଙ୍କୁ ସ୍ବାମୀ ଏବଂ ପରିବାର ଲୋକେ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଏଥିସହ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଅଧିକାଂଶ ସମୟ ପାରିବାରିକ ଅଶାନ୍ତି ଲାଗି ରହିବା ଯୋଗୁ ମୋନିକା ପ୍ରାୟ ବର୍ଷେ ହେଲା ଝିଅକୁ ନେଇ ବାପଘର ଏମ୍‌ପିଭି ୨୩ ଗ୍ରାମରେ ରହୁଥିଲେ। ବୁଧବାର ସକାଳେ ମୋନିକା ତାଙ୍କ ମା’ ସୁବାସିନୀ ଏବଂ ଝିଅ ସହ ଘରେ ଥିବା ସମୟରେ ବିଭାସ ସେଠାରେ ପହଞ୍ଚି ସ୍ତ୍ରୀ ମୋନିକାଙ୍କ ସହ ଝଗଡ଼ାକରି ମାରିବା ଉଦ୍ଦେଶ୍ୟରେ ଏକ ବ୍ଲେଡରେ ତାଙ୍କ ଗଳା କାଟି ଦେଇଥିଲେ। ପରେ ପରିବାର ଲୋକେ ମୋନିକାଙ୍କୁ ପ୍ରଥମେ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ ମାଲକାନଗିରି ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି। ତାଙ୍କର ରକ୍ତସ୍ରାବ ଅଧିକ ହୋଇଥିବାରୁ ସେ ଗୁରୁତର ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

ବାଇକ୍‌ ଚଳାଇ ଆସୁଥିବାବେଳେ ହଠାତ୍‌ ପଡ଼ିଗଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଓଡ଼ାସିଙ୍ଗି ଗ୍ରାମ ନିକଟରେ ବୁଧବାର ସାରେ ପ୍ରାୟ ସାଢ଼େ ୬ ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ...

ପୁରୁଷୋତ୍ତମପୁର ଚଳଚଞ୍ଚଳ: ଚାନ୍ଦି ଗହଣାରେ ସଜେଇ ହେଇ ପୂଜା ପାଉଛନ୍ତି ମା’ ଧନଦାତ୍ରୀ

ପୁରୁଷୋତ୍ତମପୁର,୧୬ା୧୦(ସୀମାଞ୍ଚଳ ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ ଧନଦାତ୍ରୀ ତଥା ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲା ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇଉଠିଥିବାବେଳେ...

ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ୫୮ ୟୁନିଟ୍‌ ରକ୍ତ ସଂଗ୍ରହ କଲେ ଦଳୀୟ କର୍ମୀ

ଦାରିଙ୍ଗବାଡ଼ି,୧୬ା୧୦(ଅରୁଣ ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଦାରିଙ୍ଗବାଡ଼ି ବିଜେଡି କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri