Posted inଖେଳ

ଶ୍ରୀଲଙ୍କା ସିରିଜ ପୂର୍ବରୁ ଭାରତୀୟ ଅଲରାଉଣ୍ଡରଙ୍କର ହେଲା ଏନଗେଜମେଣ୍ଟ

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳ ସୋମବାର ଶ୍ରୀଲଙ୍କା ଅଭିମୁଖେ ଯାତ୍ରା କରିଛି। ଏହି ସମୟରେ କ୍ରିକେଟର ଲଲିତ ଯାଦବଙ୍କର ଏନଗେଜମେଣ୍ଟ ହୋଇଛି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ସେ ଏହି ସୂଚନା ଦେଇଛନ୍ତି। ନିକଟରେ ସେ ତାଙ୍କ ଫିୟାଂସିଙ୍କୁ ଫିଲ୍ମ ଷ୍ଟାଇଲରେ ପ୍ରପୋଜ କରିଥିଲେ। ଅଲରାଉଣ୍ଡର ଲଲିତ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗରେ ଦିଲ୍ଲୀ କ୍ୟାପିଟାଲ୍ସର ଏକ ଅଂଶ। ସେ ଗତ ୫ବର୍ଷ ଧରି ଆଇପିଏଲ ଖେଳୁଛନ୍ତି।
ଆଇପିଏଲରେ ଲଲିତ ଯାଦବଙ୍କ ପ୍ରଦର୍ଶନ ବିଷୟରେ କହିବାକୁ ଗଲେ ସେ ଏପର୍ଯ୍ୟନ୍ତ ଖେଳାଯାଇଥିବା ୨୭ଟି ମ୍ୟାଚରେ ହାରାହାରି ୨୦ଏବଂ ଷ୍ଟ୍ରାଇକ ହାର ୧୦୫ରେ ୩୦୫ରନ କରିଛନ୍ତି। ଲଗରେ ତାଙ୍କର ସର୍ବାଧିକ ସ୍କୋର ହେଉଛି ୪୮ରନ ଆଉଟ ନୁହେଁ। ବୋଲିଂ ବିଷୟରେ କହିବାକୁ ଗଲେ ସେ ଏପର୍ଯ୍ୟନ୍ତ ୧୦ଟି ଓ୍ବିକେଟ ନେଇଛନ୍ତି। ଆଇପିଏଲ ୨୦୨୪ ରେ ଲଲିତ ୨ ଟି ମ୍ୟାଚ ଖେଳି ୧୦ ରନ ସ୍କୋର କରିଥିଲେ। ସେ ୧୭ ତମ ସିଜନରେ କୌଣସି ୱିକେଟ ନେଇ ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସମସ୍ତଙ୍କ ସାମ୍ନାରେ ନିଜର ଭୁଲ ସ୍ବୀକାର କଲେ କୋହଲି, କହିଲେ-ହଁ, ମୁଁ…

ନୂଆଦିଲ୍ଲୀ,୨୬।୧୨: ବର୍ଡର-ଗାଭାସ୍କର ଟ୍ରଫିରେ କ୍ରିକେଟର ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ପର୍ଥ ଟେଷ୍ଟରେ ଶତକ ଲଗାଇଥିଲେ ହେଁ ଆଗାମୀ ୩...

ପ୍ରଥମ ଦିନରେ ଅଷ୍ଟ୍ରେଲିଆର ଆଧିପତ୍ୟ ଜାରି: ୪ ବ୍ୟାଟ୍ସମ୍ୟାନ୍‌ ହାସଲ କଲେ ଅର୍ଦ୍ଧଶତକ

ମେଲବୋର୍ନ,୨୬।୧୨: ମେଲବୋର୍ନରେ ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଟର ପ୍ରଥମ ଦିନ ଆୟୋଜକ ଅଷ୍ଟ୍ରେଲିଆ ନାମରେ ହୋଇଥିଲା। ପାଞ୍ଚ ମ୍ୟାଚ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚରେ ୧୯...

ଏହି କାମ ପାଇଁ କୋହଲିଙ୍କ ଉପରେ ଲାଗିଲା ଜୋରିମନା

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ବିରାଟ କୋହଲି ପ୍ରଥମ ଅଧିବେଶନରେ ସାମ କନଷ୍ଟାସଙ୍କ ସହ ମୁହାଁମୁହିଁ ହୋଇଥିଲେ। ପଡ଼ିଆରେ ଝଗଡା...

୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍‌ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌...

ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍‌ଦାର ଆରମ୍ଭ

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ...

‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ

ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ...

”ପ୍ରଥମ ଦେଖାରେ ପ୍ରେମ”, ବିମାନରେ ଦେଖା ହେବା ପରେ ବିବାହ କରିବାକୁ ନେଇଥିଲେ ନିଷ୍ପତ୍ତି

ହାଇଦ୍ରାବାଦ: ଭାରତର ଷ୍ଟାର ସଟଲର ପିଭି. ସିନ୍ଧୁ ନିକଟରେ ଭେଙ୍କଟ୍ଟ ଦତ୍ତ ସାଇଙ୍କୁ ବିବାହ କରିଛନ୍ତି। ନିକଟତମ ସମ୍ପର୍କୀୟଙ୍କ ଗହଣରେ ଡିସେମ୍ବର ୨୨ ରେ ସେମାନଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri