ଜେସିବି ଜାଳିଦେଲେ ଦୁର୍ବୃତ୍ତ

ଗୋପାଳପୁର,୨୮ା୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧୀଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ଏହି ଅଞ୍ଚଳରେ ବିଭିନ୍ନ ଅପରାଧମୂଳକ କାଣ୍ଡ ଘଟାଉଥିବା ବେଳେ ମଙ୍ଗଳବାର ରାତିରେ ଏକ ଜେସିବିକୁ ଦୁର୍ବୃତ୍ତମାନେ ପୋଡ଼ି ଦେଇଛନ୍ତି। ଏ ନେଇ ଜେସିବି ମାଲିକ ଗୋଳନ୍ଥରା ଥାନାରେ ଅଭିଯୋଗ କରିଛନ୍ତି l

ସୂଚନାନୁସାରେ, କେ. ନୂଆଗାଁ ଥାନା ଅଧିନସ୍ଥ ତେନ୍ତିଆପଡ଼ା ଗ୍ରାମ ଦଣ୍ଡସୀ ପାଣିଗ୍ରାହୀ ତାଙ୍କ ଜେସିବିକୁ ସୋମବାର କନିସି ତହସିଲ ଅଧିନସ୍ଥ ଦୁବପୁଲ୍ଲୀ ମୌଜା ଅଞ୍ଚଳ ଏକ ଜାଗା ସମତଳ କରି ଫେରିବା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଗାଡ଼ି ରଖିଥିଲେ। କିଛି ଦୁର୍ବୃତ୍ତ ମଙ୍ଗଳବାର ରାତିରେ ଏଥିରେ ନିଆଁ ଲଗାଇ ଦେଇଥିଲେ। ମେକାନିକ୍‌ଙ୍କୁ ଧରି ଜେସିବି ପାଖକୁ ଆସିବା ବେଳକୁ ଗାଡ଼ି ସମ୍ପୂର୍ଣ୍ଣ ଜଳି ଯାଇଥିବା ମାଲିକ ଦେଖିବାକୁ ପାଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ଏ ନେଇ ଥାନାରେ କେସ୍‌ ନଂ ୩୪୫/୨୪ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଦୀପାବଳି ପୂର୍ବରୁ ଲକ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri