ପୁରୀ ଅଫିସ, ୧୬।୧୦: ଶ୍ରୀମନ୍ଦିରରେ ପବିତ୍ର କାର୍ତ୍ତିକ ନୀତି ଶନିବାର ଆରମ୍ଭ ହେଇଛି। ଆଜିଠାରୁ ମହାପ୍ରଭୁ ରାଧା ଦାମୋଦର ବେଶରେ ଦର୍ଶନ ଦେବେ। ଏହି ବେଶରେ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ବାଳଧୂପ ନୀତି ହୋଇଥାଏ।
ଆଜି ସିଂହଦ୍ୱାର ସମ୍ମୁଖରେ ଗୋଷାଣୀ ଏକାଠି ହେବେ ତେଣୁ ମଧ୍ୟାହ୍ନ ୧୨ଟାରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଓ ମରିଚିକୋଟ ଛକଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ବଡ଼ଦାଣ୍ଡରେ ରାତି ଯାଏ ୧୪୪ ଧାରା ଜାରି କରାଯାଇଛି। ପ୍ରତ୍ୟେକ ଗୋଷାଣୀ ପାଇଁ କେବଳ ୭ ଜଣଙ୍କୁ ଅନୁମତି ମିଳିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।