ବିଏସ୍‌କେୱାଇକୁ ନେଇ ବର୍ଷିଲେ ଆଇନମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୧୪।୧: ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ପୂର୍ବ ସରକାରଙ୍କ ଉପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବର୍ଷିଛନ୍ତି ।
ସେ କହିଛନ୍ତି, ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସ୍‌କେୱାଇ) ଥାଇ କି ଲୋକେ ପ୍ରତ୍ୟାଖ୍ୟାତ ହେଉଥିଲେ। ବହୁତ ସ୍ଥାନରେ ଲୋକେ ଶୋଷିତ ହେଉଥିଲେ। ହସ୍ପିଟାଲମାନେ ମନ ଇଚ୍ଛା ବିଲ କରୁଥିଲେ। ପୂର୍ବ ସରକାରର ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ। ସେ ବାବଦରେ ଖୁବ ଶୀଘ୍ର ତଦନ୍ତର ପ୍ରକ୍ରିୟା ଆରମ୍ଭ ହେବ।

 

ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ । ୧.୩ କୋଟି ପରିବାରକୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ୱାନ ନେସନ ୱାନ ହେଲଥ କାର୍ଡ ଯୋଜନାର ପରିସରଭୁକ୍ତ । ଏହି ଯୋଜନା ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ । ସାରା ଭାରତରେ ଏହି କାର୍ଡ କାଯର୍‌ୟକାରୀ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜୟ) ହେଉଛି ସରକାରଙ୍କ ଫ୍ଲାଗସିପ ସ୍ବାସ୍ଥ୍ୟ ବୀମା ପଲିସି, ଯାହା ସେପ୍ଟେମ୍ବର ୨୦୧୮ ରେ ଆରମ୍ଭ କରାଯାଇଥିଲା । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ବାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ । ନିଜ ଚିକିତ୍ସା ଖର୍ଚ୍ଚ ଉଠାଇବା ପାଇଁ ଗରିବ ଲୋକଙ୍କୁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ କେନ୍ଦ୍ର ସରକାର ଆୟୁଷ୍ମାନ ଯୋଜନା ଆରମ୍ଭ କରିଥିଲେ । ଯାହା ଅଧୀନରେ ପଞ୍ଜୀକୃତ ଲାଭାର୍ଥୀଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ମିଳିଥାଏ ।

ଆୟୁଷ୍ମାନ ଭାରତ ସ୍କିମ ଅଧୀନରେ କାର୍ଡଧାରୀ ସରକାରୀ ହସ୍ପିଟାଲରେ ସହଜରେ ନିଜ ରୋଗର ଚିକିତ୍ସା କରେଇ ପାରିବେ । ଏହା ଜରିଆରେ ସେମାନଙ୍କୁ ଚିକିତ୍ସାରେ ଲାଗିବାକୁ ଥିବା ବୀମା ପଇସା ମିଳିପାରିବ ।

ତେବେ ଏହି ସ୍ବାସ୍ଥ୍ୟ କାର୍ଡ ପାଇଁ କିଏ ଯୋଗ୍ୟ?
୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ର୍ନିବିଶେଷରେ ଏହି ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ । ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ ଆୟୁଷ୍ମାନ ଯୋଜନା ଅଧୀନରେ ଏକ ନୂଆ କାର୍ଡ ପ୍ରଦାନ କରାଯିବ, ଯାହା ମୋଦି କାର୍ଡ ଭାବରେ ଜଣାଶୁଣା । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ୭୦ ବର୍ଷରୁ ଅଧିକ ବୟସର ଯେକୌଣସି ବ୍ୟକ୍ତିଙ୍କର ଆଧାର ନମ୍ବର ଅଛି ସେମାନେ ଏହି ଯୋଜନାରେ ଆବେଦନ କରିପାରିବେ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହା ଏକ ଆପ୍ଲିକେସନ ବେସଡ୍‌ ସ୍କିମ । ଯେଉଁଥିପାଇଁ ଲୋକଙ୍କୁ ପୋର୍ଟାଲରେ ରେଜିଷ୍ଟ୍ରେସନ କରିବାକୁ ପଡିବ । ଏହି ପୋର୍ଟାଲରେ ଫ୍ରେସ ବ୍ୟାରିଫିକେସନ ସୁବିଧା ଉପଲବ୍ଧ, ଯେଉଁଥିରେ ୭୦ ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ଏକ ର୍ନିଦ୍ଦିଷ୍ଟ ଲିଙ୍କ ରହିବ ।

କିପରି ଆବେଦନ କରିବେ?
ଏଥିପାଇଁ ପ୍ରଥମେ ଆୟୁଷ୍ମାନ ଭାରତ PM-JAYର ଅଫିସିଆଲ ୱେବସାଇଟକୁ ଯାଆନ୍ତୁ । ଏହାପରେ ଆପଣଙ୍କର ଆଧାର କିମ୍ବା ରାଶନ କାର୍ଡ ଭେରିଫାଏ କରନ୍ତୁ । ପାରିବାରିକ ପରିଚୟ ପ୍ରମାଣ ପ୍ରଦାନ କରନ୍ତୁ । ଏହା ପରେ ଏକ ସ୍ବତନ୍ତ୍ର ଆୟୁଷ୍ମାନ ଯୋଜନା ID ସହିତ ଆପଣଙ୍କର ଇ-କାର୍ଡ ପ୍ରିଣ୍ଟ କରନ୍ତୁ ।

ଆୟୁଷ୍ମାନ ଯୋଜନା ଅଧୀନରେ କ’ଣ ଲାଭ ଅଛି?
ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ବାର୍ଷିକ ୫ ଲକ୍ଷ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା ମିଳିପାରିବ । ପରିବାର ପିଛା ୫ ଲକ୍ଷ ମାଗଣା ସ୍ବାସ୍ଥ୍ୟ ବୀମା ସହ ପ୍ରାୟ ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ଏହି ଯୋଜନାରେ ଚିକିତ୍ସାର ସମସ୍ତ ଖର୍ଚ୍ଚ ସାମିଲ ହେବାକୁ ଯାଉଛି । ଏହି ଯୋଜନା ଅଧୀନରେ ହସ୍ପିଟାଲରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ଏବଂ ୧୫ ଦିନ ପର୍ଯ୍ୟନ୍ତ ଉପଚାର ଓ ଔଷଧ ମାଗଣା ଉପଲବ୍ଧ ହୋଇଥାଏ । ଡାକ୍ତରୀ ପରୀକ୍ଷା, ଚିକିତ୍ସା ଏବଂ ପରାମର୍ଶ ସବୁ ମାଗଣା। କ୍ଲିନିକାଲ ଏବଂ ଲାବୋରେଟୋରୀ ଇନଭେସ୍ଟିଗେସନ ମଧ୍ୟ ମାଗଣା। ସେହିପରି ମେଡିକାଲରେ ରହିବା ଏବଂ ଖାଦ୍ୟ ଖର୍ଚ୍ଚ ମଧ୍ୟ ମାଗଣା। ମେଡ଼ିସିନ ଏବଂ ଚିକିତ୍ସା ଉପଯୋଗୀ ସାମଗ୍ରୀ ଆୟୁଷ୍ମାନ ଯୋଜନା ଅନ୍ତର୍ଗତ ଆସୁଥିବା ସମସ୍ତ ଯୋଗ୍ୟ ଲୋକଙ୍କୁ ଏହି ଯୋଜନାର ଲାଭ ମିଳିବ । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଗୁରୁତର ରୋଗୀଙ୍କୁ ସାମିଲ କରାଯାଇଛି । କୌଣସି ବି ସରକାରୀ ହସ୍ପିଟାଲରେ ଭର୍ତ୍ତି ସମୟରେ ଏହି ଯୋଜନା ପ୍ରଥମ ଦିନରୁ ହିଁ ଲାଗୁ ହୋଇଯାଇଥାଏ ଏବଂ ଆପଣଙ୍କୁ ମାଗଣାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ମିଳିବ।

 

Enter your email to get our daily news in your inbox.


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri