ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ ହେଉନାହିଁ। ଅନେକ ସ୍ଥାନରେ ଅଧାପନ୍ତରିଆ ନିର୍ମାଣ ଯୋଗୁ ଦୈନିକ ଦୁର୍ଘଟଣା ଘଟୁଛି। ବିଶେଷକରି ଅନୁଗୋଳ ଜିଲାରେ ଅଧିକ ଜୀବନହାନି ହେଉଛି। ଏପରି କି ଅନୁଗୋଳ ସହର ଓ ଏହାର ଉପକଣ୍ଠରେ କିଛି ଦିନ ମଧ୍ୟରେ ଏକାଧିକ ଦୁର୍ଘଟଣା ଘଟି ଜୀବନହାନି ହୋଇଥିଲେ ମଧ୍ୟ ସେଠାକୁ କୌଣସି ନେତାଙ୍କ ପାଦ ପଡ଼ି ନ ଥିଲା। ଘଣ୍ଟା ଘଣ୍ଟା ଧରି ଲୋକେ ଆନ୍ଦୋଳନ କରିଥିଲେ ବି ସ୍ଥାନୀୟ ଅଞ୍ଚଳର ରାଜନେତାଙ୍କ ଦେଖା ମିଳୁ ନ ଥିଲା। ରାଜପଥ ନିର୍ମାଣ କାହଁିକି ଶେଷ ହେଉନାହିଁ, କେଉଁଠି ଅସୁବିଧା ରହିଛି ତାହାକୁ ନେଇ ରାଜନୈତିକ ଦଳ ଓ ନେତୃବୃନ୍ଦଙ୍କ ପାଟି ଫିଟୁ ନ ଥିଲା। ହେଲେ ଏବେ ନିର୍ବାଚନ ସମୟ ହୋଇଥିବାରୁ ରାଜପଥକୁ ନେଇ ରାଜନୀତି ଆରମ୍ଭ ହୋଇଛି। ମାଳ ମାଳ ନେତା ପଞ୍ଚମହଲାଠାରେ ଶନିବାର ଘଟିଥିବା ଦୁର୍ଘଟଣାସ୍ଥଳକୁ ଯିବା, ମେଡିକାଲରେ ମୃତକଙ୍କ ପରିବାରକୁ ଭେଟିବା କେବଳ ଲୋକ ଦେଖାଣିଆ ବୋଲି ସହରବାସୀ କହିଛନ୍ତି। ଏମିତି ଶସ୍ତା ରାଜନୀତି ନ କରି ସ୍ଥାୟୀ ପ୍ରତିକାର କରାଯିବା ଆବଶ୍ୟକ। ନଚେତ୍‌ ଏହାର ଉଚିତ୍‌ ଜବାବ୍‌ ଚଳିତ ନିର୍ବାଚନରେ ଦିଆଯିବ ବୋଲି ସହରବାସୀ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, କିଛି ଦିନ ତଳେ ତୁରଙ୍ଗରେ ସଡ଼କ ଦୁର୍ଘଟଣାରେ ଜଣଙ୍କ ଜୀବନ ଯାଇଥିଲା। ଦୁର୍ଘଟଣା ପରେ ରାସ୍ତା ଅବରୋଧ ହୋଇଥିଲା। କିନ୍ତୁ କୌଣସି ନେତାଙ୍କ ଦେଖିବାକୁ ମିଳି ନ ଥିଲା। ଏଭଳି କି ବୁଢ଼ୀ ଠାକୁରାଣୀ ଛକରେ ମଧ୍ୟ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିଲା। ଉତ୍ତ୍ୟକ୍ତ ଲୋକମାନେ ଟ୍ରକ୍‌ ଜାଳି ଦେଇଥିଲେ। କିନ୍ତୁ ରାଜନେତାଙ୍କ ଦେଖା ନ ଥିଲା। ସେତେବେଳେ ରାଜନେତା କେଉଁଆଡ଼େ ଯାଇଥିଲେ ବୋଲି ଅନୁଗୋଳବାସୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri