ବନ୍ଧୁମିଳନ ଆଳରେ ନେତୃତ୍ୱ ପରିବର୍ତ୍ତନ ସ୍ବର

ଚଣ୍ଡିଖୋଲ,୨୫ା୧(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା ବିଜେଡି ପକ୍ଷରୁ ପୁରୁଖା କର୍ମୀମାନେ ବୁଧବାର ଚଣ୍ଡିଖୋଲ ନିକଟ ଧର୍ମଶାଳା ଭବନରେ ଏକ ବନ୍ଧୁମିଳନ କରି ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀର ନେତୃତ୍ୱ ପରିବର୍ତ୍ତନର ସ୍ବର ଉଠାଇଛନ୍ତି। ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ କୈଳାସ ଚନ୍ଦ୍ର ରାଉତଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରହ୍ଲାଦ ନନ୍ଦ, ପୂର୍ବତନ ଉପାଧ୍ୟକ୍ଷ ବିଚିତ୍ରାନନ୍ଦ ମହାପାତ୍ର, ପୂର୍ବତନ ଜିଲା ପରିଷଦ ସଭ୍ୟ ପୂଜାରାଣୀ ବଳ ଓ ରାଜ୍ୟ ଯୁବ ବିଜେଡି ଯୁଗ୍ମ ସମ୍ପାଦକ ଆଶିଷ ରଞ୍ଜନ ଚୌଧୁରୀ ପ୍ରମୁଖ ଯୋଗଦେଇଥିଲେ। ଯୁବନେତା ଧନେଶ୍ୱର ବେହେରାଙ୍କ ସଞ୍ଚାଳନରେ ଅନୁଷ୍ଠିତ ସଭାରେ ସରପଞ୍ଚ ପ୍ରମୋଦ ଜେନା, ସେକ୍‌ ଅବଦୁଲ ଗନି, ପୁଷ୍ପଲତା ସିଂହ, ଅକ୍ଷୟ ରାଉତରାୟ, ସାଗରିକା ଚୌଧୁରୀ, ପ୍ରାକ୍ତନ ସରପଞ୍ଚ ରବୀନ୍ଦ୍ର ନାଥ ଦାଶ, ପୂର୍ବତନ ସମିତିସଭ୍ୟ ପ୍ରତିଭା ଖୁଣ୍ଟିଆ, ବରିଷ୍ଠ ନେତୃମଣ୍ଡଳୀ ନିହାର ରଞ୍ଜନ ମିଶ୍ର, ପୂର୍ବତନ ବ୍ଲକ ମହିଳା ସଭାନେତ୍ରୀ ଦମୟନ୍ତୀ ସାମଲ, ସମିତିସଭ୍ୟ ସ୍ମରଣିକା ବଳ, ଶ୍ରୀକୃଷ୍ଣ ପରିଡ଼ା, ନିରଞ୍ଜନ ମହାନ୍ତି, ରବୀନ୍ଦ୍ର ରାଉତ, ବିଧାନଚନ୍ଦ୍ର ସାମନ୍ତରାୟ ଓ ଭରତ ମହାପାତ୍ର ପ୍ରମୁଖ ଯୋଗଦେଇ କହିଥିଲେ, ବିଜେଡି ପ୍ରତିଷ୍ଠା ସମୟରେ ଯେଉଁମାନେ ବଡ଼ଚଣାରେ ମଙ୍ଗ ଧରିଥିଲେ ଦଳ କ୍ଷମତାରେ ଥାଇ ମଧ୍ୟ ଆଜିର ନେତୃତ୍ତ୍ବ ସେମାନଙ୍କୁ ଅଣଦେଖା କରିଛି। ଯେଉଁମାନଙ୍କ ଦଳ ପ୍ରତି ସାମାନ୍ୟ ଧାରଣା ନାହିଁ ସେହିଭଳି ହାତ ଗଣତି ଲୋକଙ୍କୁ ନେଇ ନେତୃତ୍ୱ କାର୍ଯ୍ୟ କରୁଥିବାରୁ ଗତ ନିର୍ବାଚନରେ ଦଳ ମାତ୍ର ୧୪୮୫ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲା। ତେଣୁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଜନ୍ମଜେୟ ଲେଙ୍କାଙ୍କୁ ଆଗାମୀ ନିର୍ବାଚନରେ ପ୍ରାର୍ଥୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ବୋଲି ନେତୃମଣ୍ଡଳୀମାନେ ପ୍ରକାଶ କରିଥିଲେ। ଯଦି ରାଜ୍ୟ ନେତୃତ୍ୱ ବଡ଼ଚଣାର ନେତୃତ୍ୱ ପରିବର୍ତ୍ତନ ନ କରନ୍ତି ତେବେ ଆସନ୍ତା ନିର୍ବାଚନରେ ଅସହଯୋଗ କରିବାକୁ ସେମାନେ ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର କର୍ମୀ ଯୋଗଦେଇଥିଲେ। ନିରଞ୍ଜନ ମଲ୍ଲିକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହରରାଓଙ୍କ ଘରେ ଏହି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri