ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ

ଗଞ୍ଜାମ,୧୦ା୬(ଡି.ଏନ୍‌.ଏ.): ହାତରୁ ମେହେନ୍ଦୀ ଓ ପାଦରୁ ଅଳତା ଲିଭିନି ହେଲେ ଜଳିଲା ଜୁଇ l ଏମିତି ଏକ ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ରମ୍ଭା ସହରରେ ଘଟିଥିବା ଦେଖିବାକୁ ମିଳିଛି। ବିବାହକୁ ମାସେ ପୂରିନି ଏକ ନବବଧୂକୁ ଯୌତୁକ ଜନିତ ହତ୍ୟା କରାଯାଇଥିବା ନେଇ ଖୋଦ୍‌ ନବବଧୂଙ୍କ ମା’ ରମ୍ଭା ଥାନାରେ ଅଭିଯୋଗ କରିଛନ୍ତି।

ଖବର ନେବାରେ ଜଣାପଡ଼ିଛି, କୋଦଳା ଥାନା ଅଧିନସ୍ଥ ସଂକୁ ଗ୍ରାମର ଯୋଗେନ୍ଦ୍ର ସାହୁଙ୍କ ଝିଅ ଶ୍ରଦ୍ଧାଞ୍ଜଳି ସାହୁ ମେ’ ୧୯ର ହିନ୍ଦୁ ରୀତିନୀତି ଅନୁଯାୟୀ ରମ୍ଭା ସହର ବଡ଼ ଉପୁଲିଆ ସାହିର ଭୀମ ନାହାକଙ୍କ ପୁଅ ରମେଶଙ୍କୁ ବିବାହ କରିଥିଲେ। ହେଲେ ମଙ୍ଗଳବାର ରାତିରେ ଶ୍ରଦ୍ଧାଞ୍ଜଳି ଆତ୍ମହତ୍ୟା କରିଥିବା ପୁଅଘର ପକ୍ଷରୁ ଶ୍ରଦ୍ଧାଞ୍ଜଳିଙ୍କ ପରିବାରକୁ ଖବର ଦିଆଯାଇଥିଲା। ଏ ନେଇ ଶ୍ରଦ୍ଧାଞ୍ଜଳିଙ୍କ ମା’ ସୁଜ୍ଞାନୀ ସାହୁ ରମ୍ଭା ଥାନାରେ ତାଙ୍କ ଝିଅକୁ ଯୌତୁକ ଜନିତ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କରିଥିବା ଜଣାପଡ଼ିଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ପକ୍ଷରୁ ୨୭୩/୨୧ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଛି। ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ରହସ୍ୟ ଜଣାପଡ଼ିବ ବୋଲି ରମ୍ଭା ଥାନାଧିକାରୀ ଦିପ୍ତୀ ରଞ୍ଜନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ।...

ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ

ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ,...

ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଏମ୍‌ପି, ବିଡିଓ- ତହସିଲଦାରଙ୍କ ସହ ମିଶି କଲେ ସଫେଇ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତରେ ଆସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ।...

ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି...

ବ୍ଲକ ଅଫିସ ସମ୍ମୁଖରେ ହୋଇଥିବା ଆନ୍ଦୋଳନକୁ ବିରୋଧ କଲେ ୧୯ ସରପଞ୍ଚ, ଜିଲାପାଳଙ୍କୁ ଦେଲେ ଦାବିପତ୍ର

କେସିଙ୍ଗା,୨୩ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ବିରୋଧରେ ଚାଞ୍ଚେର ପଞ୍ଚାୟତର ସରପଞ୍ଚ ଅଞ୍ଜୁ କୁମାର ବ୍ଲକ ଅଫିସ ଆଗରେ ୩ ଦିନ ଆନ୍ଦୋଳନ...

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri