ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ନାବାଳିକାଙ୍କ ଜୀବନ

ପାରଳାଖେମୁଣ୍ଡି:୧୪।୩: ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡିଠାରୁ ୫କି.ମି କିମି ଦୂର କତଲକଇଠା ଗ୍ରାମରେ ରବିବାର ଏକ ବେସରକାରୀ ସଂସ୍ଥାର ଆମ୍ବୁଲାନ୍ସ ଗାଡି ଧକ୍କାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଏସ୍‌. ଲକ୍ଷ୍ମୀ(୧୦)। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବାସହ ଆମ୍ବୁଲାନ୍ସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଗ୍ରାମବାସୀ ରାସ୍ତା ଅବରୋଧ କରିଛନ୍ତି। ଫଳରେ ପାରଳାଖେମୁଣ୍ଡି-ମୋହନା ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକ ରହିଛି। ଖବର ପାଇ ପାରଳାଖେମୁଣ୍ଡ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Share