୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରେ ଏବେ ଲିଙ୍ଗରାଜ ମନ୍ଦିର ଖୋଲାଯିବ। ଆସନ୍ତା ୨୭ ତାରିଖରୁ ମନ୍ଦିର ଖୋଲିବ। ଏନେଇ ପ୍ରଶାସନିକ ବୈଠକରେ ନିଷ୍ପତ୍ତି ନିଆଯାଇଛି। ୨୭ରୁ ୩୧ ପର୍ଯ୍ୟନ୍ତ କେବଳ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ଦିଆଯାଇଛି। ଜାନୁଆରୀ ୧ ଓ ୨ ତାରିଖରେ ମନ୍ଦିର ବନ୍ଦ ରଖାଯିବ। ୩ରୁ ୫ ତାରିଖ ପର୍ଯ୍ୟନ୍ତ କେବଳ ଭୁବନେଶ୍ୱର ଲୋକଙ୍କୁ ଦର୍ଶନ ଅନୁମତି ମିଳିବ। ୬ ତାରିଖଠାରୁ ସାଧାରଣ ଲୋକେ ଦର୍ଶନ କରିପାରିବେ। କୋଭିଡ ନେଗେଟିଭ୍‌ ରିପୋର୍ଟ ଦେଖାଇବା ପରେ ଦର୍ଶନ ଲାଗି ଅନୁମତି ମିଳିବ।୪ ରୁ୫ ଦିନ ମଧ୍ୟରେ ହୋଇଥିବା ଟେଷ୍ଟ ରିପୋର୍ଟ ଦେଖାଇବା ଜରୁରୀ ବୋଲି ସୂଚନା ମିଳିଛି।

ପ୍ରକାଶ ଯେ, ପୁରୀ ଶ୍ରୀମନ୍ଦିର ଭଳି ଭୁବନେଶ୍ୱରରେ ଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଆଇନ୍‌ ଆଣିଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଅଧ୍ୟାଦେଶ ଆଣିଛନ୍ତି। ଏହାଦ୍ୱାରା ମନ୍ଦିର କାର୍ଯ୍ୟଗୁଡ଼ିକର ଉତ୍ତମ ଏବଂ ସୁପରିଚାଳନା ହେବା ସହ ତୀର୍ଥଯାତ୍ରୀ ଭକ୍ତ ଓ ଉପାସକଙ୍କୁ ଉନ୍ନତ ମାନର ସୁବିଧା ସୁଯୋଗ ଯୋଗାଇ ଦିଆଯାଇପାରିବ। ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅନୁମୋଦନ କରାଯାଇଛି।

Share