ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ଦେହରେ ଛୁରି ଭୁସିଲେ ପ୍ରେମିକ

ଖଲ୍ଲିକୋଟ,୧୯ା୬(ପ୍ରଶାନ୍ତ କୁମାର ମିଶ୍ର): ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ପେଟକୁ ନିଜେ ଛୁରି ମାରିଛନ୍ତି ପ୍ରେମିକ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ସୁମୁଣ୍ଡଳ ଗ୍ରାମରେ। ଉକ୍ତ ଘଟଣା ଘଟିଛି ବେଗୁନିଆପଡ଼ା ଥାନା ଅନ୍ତର୍ଗତ ସୁମୁଣ୍ଡଳ ଗ୍ରାମରେ। ପାଟପୁର ଥାନା କଂସାମାରି ଗ୍ରାମର ସୁନୀଲ କୁମାର ସାହୁ (୨୪) ସୁମଣ୍ଡଳ ଗ୍ରାମର ଜଣେ ୨୧ ବର୍ଷୀୟା ଯୁବତୀକୁ ଭଲ ପାଉଥିଲେ। ସୁନୀଲ ବୁଧବାର ନିଜ ଗ୍ରାମରୁ ସୁମଣ୍ଡଳକୁ ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିବା ବେଳେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ପ୍ରଥମେ ତାଙ୍କୁ ଖଲ୍ଲିକୋଟ ମେଡିକାଲ ଅଣାଯାଇଥିଲା ପରେ ବ୍ରହ୍ମପୁର ପଠାଯାଇଛି। ଏଥିରେ ଉତ୍‌କ୍ଷିପ୍ତ ହୋଇ ସୁନୀଲ ନିଜ ପେଟକୁ ନିଜେ ଛୁରିରେ ଭୁସି ଦେଇଥିଲେ। ଖବର ପାଇ ଖଲ୍ଲିକୋଟ ଥାନା ଅଧିକାରୀ ନରେଶ କୁମାର ସାହୁ ମେଡିକାଲରେ ପହଞ୍ଚି ଆହତ ପ୍ରେମିକଙ୍କୁ ପଚରାଉଚରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri