ସୁଦୃଶ୍ୟ ହେଲା ଲଘୁଚାପ : ୧ରୁ ସମୁଦ୍ର ଅଶାନ୍ତ

ଭୁବନେଶ୍ୱର,୨୯।୯: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ତେବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା।ବୁଧବାର ତାହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି।
ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଅବପାତରେ ପରିଣତ ହେବ। ଏହାର  ୪୮ ଘଣ୍ଟା ମଧ୍ୟରେ ତାହା ବାତ୍ୟାରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଏହା ପ୍ରଭାବରେ ୧ ତାରିଖରୁ ସମୁଦ୍ର ଅଶାନ୍ତରୁ ଅଧିକ ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ଗଭୀର ସମୁଦ୍ରରେ ରହିଛନ୍ତି, ସେମାନେ ୧ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ କୁହାଯାଇଛି।