ଡଙ୍ଗା ଭସାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହେଲେ ବ୍ୟକ୍ତି

ପାଟଣା,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଟାଙ୍ଗରପଡା ପଞ୍ଚାୟତ ଝାଲିଆପଡ଼ା ଗ୍ରାମର ଜଣେ ବ୍ୟକ୍ତି ସୋମବାର ଭୋରରୁ ଗାଁ ନାଳକୁ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଡଙ୍ଗା ଭସାଇବାକୁ ଯାଉଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଛନ୍ତି। ସେ ହେଲେ ଅନ୍ତର୍ଯ୍ୟାମୀ ମହାନ୍ତ(୫୬)। ତାଙ୍କ ଡାହାଣ ଆଖି ଓ ମୁଣ୍ଡରେ ଗଭୀର କ୍ଷତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଟଣା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Share